ଡେଲିଭରି ବୟଙ୍କ ମୃତ୍ୟୁ ପରେ ସହଯୋଗର ହାତ ବଢାଇଲେ ସୋନୁ

ମୁମ୍ବାଇ: ବଲିଉଡ ଅଭିନେତା ସୋନୁ ସୁଦ ତାଙ୍କ ବଦାନ୍ୟତା ପାଇଁ ବେଶ ଚର୍ଚ୍ଚିତ । ଶୁକବାର ମୁମ୍ବାଇରେ ଜଣେ ଫୁଡ ଡେଲିଭରି ବୟଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହେବା ଜାଣିବା ପରେ ସେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ଦେବେ ବୋଲି କଥା ଦେଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ମୁମ୍ବାଇର ଅନ୍ଧେରୀରେ ଥିବା ଲୋଖଣ୍ଡୱାଲା ଅଞ୍ଚଳରେ ଜଣେ ୧୯ ବର୍ଷୀୟ ଫୁଡ ଡେଲିଭରି(ଜମାଟୋ) ବୟ ସ୍କୁଟିରେ ଯାଉଥିବା ସମୟରେ ତାଙ୍କ ପଛପଟୁ ଦ୍ରୁତ ଗତିରେ ଆସୁଥିବା ଏକ ମର୍ସିଡିଜ କାର ଡେଲିଭରି ବୟଙ୍କୁ ଧକ୍କା ଦେଇଥିଲା । ଫଳରେ ସେ ଗୁରୁତର ଆହତ ହୋଇଥିଲେ । ସଙ୍ଗେ ସଙ୍ଗେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ବି ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହି ଖବର ମିଳିବା ପରେ ଅଭିନେତା ସୋନୁ ସୁଦଙ୍କ ହୃଦୟ ତରଳି ଯାଇଥିଲା । ସେ ସାଙ୍ଗେ ସାଙ୍ଗେ ମୃତ ଯୁବକଙ୍କ ପରିବାର ସହ ଯୋଗାଯୋଗ କରି ସେମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବେ ବୋଲି କହିଥିବା ଜଣାପଡିଛି । ଦୁର୍ଘଟଣା ଘଟାଇତିବା କାର୍ ଚାଳକ ଜଣେ ଛାତ୍ର ବୋଳି ଜଣାପଡିଛି । ପୋଲିସ ତାଙ୍କୁ ଗିରଫ ମଧ୍ୟ କରିଛି । ସୋନୁ ପ୍ରଥମେ କରୋନା ମହାମାରୀ ସମୟରେ ପ୍ରବାସୀମାନଙ୍କୁ ସବୁ ପ୍ରକାରର ସାହାଯ୍ୟ ସହଯୋଗ କରି ଆସିଥିଲେ ଚର୍ଚ୍ଚାକୁ । ଆଉ ଏହା ପରଠାରୁ ସେ ଗୋଟିଏ ପରେ ଗୋଟିଏ ସାହାଯ୍ୟ ଯୋଗାଇ ଦେଇ ସମସ୍ତଙ୍କ ହୃଦୟରେ ଘର କରି ନେଇଥିବା କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ୟାଲେଣ୍ଟାଇନ୍‌ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍‌! ସବାଙ୍କ ସହ ବ୍ରେକ୍‌ଅପ୍‌ ନେଇ…

ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍‌’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ ।…

ରଣବୀର ସିଂହଙ୍କୁ ହତ୍ୟା ନୁହେଁ, ଏମିତି ଧମକ ଦେଲେ ବିଷ୍ନୋଇ ଗ୍ୟାଙ୍ଗ, କହିଲେ..

ମୁମ୍ବାଇ,୧୩।୨: ଚଳଚ୍ଚିତ୍ର ନିର୍ମାତା ରୋହିତ ଶେଟ୍ଟୀଙ୍କ ଘର ବାହାରେ ଗୁଳିକାଣ୍ଡ ପରେ, ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ବଲିଉଡ ଅଭିନେତା ରଣବୀର ସିଂହ ଏବଂ ରୋହିତ ଶେଟ୍ଟୀଙ୍କୁ ଏକ…

ଚମତ୍କାର ଅଭିନୟ ପରେ MBBS ଡିଗ୍ରୀ ହାସଲ କଲେ ଏହି ଅଭିନେତ୍ରୀ: ଚାରିଆଡ଼ୁ ପ୍ରଶଂସା

‘ପୁଷ୍ପା-୨’ର ଆଇଟମ ଗୀତଟି ବହୁତ ହିଟ ହୋଇଥିଲା। ଏଥିରେ ଅଭିନୟ କରିଥିବା ନାୟିକା ରାତାରାତି ନ୍ୟାଶନାଲ କ୍ରଶ୍‌ ପାଲଟିଯାଇଥିଲେ। ଏହି ସୁନ୍ଦରୀ ଆଉ କେହି ନୁହଁନ୍ତି, ସେ…

ଉଦିତ ନାରାୟଣଙ୍କ ପ୍ରଥମ ପତ୍ନୀଙ୍କ ବଡ଼ ଖୁଲାସା, ଜୋରଜବରଦସ୍ତ ଗର୍ଭପାତ…

ନୂଆଦିଲ୍ଲୀ,୧୨ା୨: ପ୍ରସିଦ୍ଧ ବଲିଉଡ୍ ପ୍ଲେବ୍ୟାକ୍ ଗାୟକ ଉଦିତ ନାରାୟଣ ପୁଣି ଥରେ ବିବାଦରେ ଫସିଛନ୍ତି । ତାଙ୍କ ପ୍ରଥମ ପତ୍ନୀ ରଞ୍ଜନା ବିହାରର ସୁପୌଲ ଜିଲାର ମହିଳା…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

ରାଜପାଲ ଯାଦବଙ୍କୁ ସହାୟତାର ହାତ ବଢ଼ାଇଲେ ସଲମାନ ଓ ଅଜୟ, ଗୁରୁବାର ଜାମିନ ଶୁଣାଣି

ମୁମ୍ବାଇ,୧୧।୨: ବିଷଣ ଆର୍ଥିକ ସଂକଟରେ ଫସିଥିବା ରାଜପାଲ ଯାଦବଙ୍କୁ ସହଯୋଗ ପାଇଁ ଆଗେଇ ଆସିଛି ବଲିଉଡ। ଚେକ୍-ବାଉନ୍ସ ମାମଲାରେ ୬ ମାସର ଜେଲ ଦଣ୍ଡାଦେଶ ପରେ ଗତ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri