Posted inଜାତୀୟ

ପ୍ରବାସୀଙ୍କ ପରେ ଏବେ ଏହି ଅନାଥ ଶିଶୁଙ୍କ ଦାୟିତ୍ୱ ନେବେ ସୋନୁ

ମୁମ୍ବାଇ: ଦେଶରେ ଜାରି ରହିଥିବା କରୋନା ଲକ୍‌ଡାଉନ ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ପ୍ରବାସୀଙ୍କ ପାଇଁ ଦେବଦୂତ ସାଜିଛନ୍ତି। ଲକ୍‌ଡାଉନ ସମୟରେ ବିଭିନ୍ନ ରାଜ୍ୟରେ ଫସିଥିବା ପ୍ରବାସୀ ଶ୍ରମିକଙ୍କୁ ନିଜ ଘରକୁ ପଠାଇ ସୋନୁ ବେଶ୍‌ ଚର୍ଚ୍ଚିତ ହେବା ସହ ପ୍ରଶଂସା ମଧ୍ୟ ସାଉଁଟିଛନ୍ତି। ତେବେ ପ୍ରବାସୀଙ୍କ ସହାୟତା ପରେ ଏବେ ସୋନୁ ୪ଜଣ ଅନାଥ ଶିଶୁଙ୍କୁ ସହାୟତା କରିବାକୁ ଅଣ୍ଟା ଭିଡିଛନ୍ତି। ଶୁଣିବାକୁ ମିଳିଛି, ପଞ୍ଜାବର ତରନତାରନ ଜିଲାର ପଣ୍ଡୋରୀ ଗୋଲା ଗାଁର ସୁଖଦେବ ସିଂହଙ୍କ ବିଷାକ୍ତ ମଦ ପିଇ ମୃତ୍ୟୁ ହୋଇଥିଲା। ସ୍ବାମୀଙ୍କ ମୃତ୍ୟୁକୁ ସହ୍ୟ କରି ନ ପାରି ସ୍ତ୍ରୀଙ୍କ ମଧ୍ୟ ମୃତ୍ୟୁ ଘଟିଥିଲା। ଦମ୍ପତ୍ତିଙ୍କ ମୃତ୍ୟୁ ପରେ ୪ଜଣ ଶିଶୁ ଅନାଥ ହୋଇଯାଇଥିବା ବେଳେ ଏବେ ସୋନୁ ସେମାନଙ୍କ ପାଇଁ ଦେବଦୂତ ସାଜିଛନ୍ତି। ସୋନୁ ଶନିବାର ଟୁଇଟ କରି ୪ଜଣ ଶିଶୁଙ୍କ ଦାୟିତ୍ୱ ନେବେ ବୋଲି ପ୍ରତିଶୃତି ଦେଇଛନ୍ତି। ଖୁବ୍‌ଶୀଘ୍ର କରଣବୀର, ଗୁରପ୍ରୀତ, ଅର୍ଶଦୀପ ଓ ସନ୍ଦୀପଙ୍କୁ ସେ ଭଲ ଘର, ଭଲ ସ୍କୁଲ ଓ ଭଲ ଭବିଷ୍ୟତ ଯୋଗାଇଦେବେ ବୋଲି କହିଛନ୍ତି। ବର୍ତ୍ତମାନ ଉକ୍ତ ଶିଶୁ ନିଜ କକାଙ୍କ ପାଖରେ ରହୁଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri