Posted inUncategorized

କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ସନିଙ୍କ ‘କେନେଡି’

ମୁମ୍ବାଇ:
ବଲିଉଡ୍‌ ଅଭିନେତ୍ରୀ ସନି ଲେଓନ୍‌ଙ୍କ ଅଭିନୀତ ଫିଲ୍ମ ‘କେନେଡି’କୁ ଚଳିତ ବର୍ଷ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ସ୍କ୍ରିନିଂ ପାଇଁ ଚୟନ କରାଯାଇଛି। ଶୁକ୍ରବାର ଫିଲ୍ମର ଫାଷ୍ଟ ଲୁକ୍‌ ରିଲିଜ୍‌ ହୋଇଛି। ଏଥିରେ ସନି ଲେଓନ୍‌ ଏବଂ ରାହୁଲ ଭଟ୍ଟ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି। କେନେଡିରେ ସନି ଜଣେ ଧନୀ ମହିଳାଙ୍କ ଚରିତ୍ରରେ ଦେଖିବାକୁ ମିଳିବେ। ଫିଲ୍ମରେ ରାହୁଲଙ୍କ ଭୂମିକା ସ୍ପଷ୍ଟ ହୋଇପାରି ନାହିଁ। କେନେଡିର ଫାଷ୍ଟ ଲୁକ୍‌ ସୋସିଆଲ ମିଡିଆରେ ଶେୟାର କରାଯାଇଥିବାବେଳେ ୭୬ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ଏହାର ପ୍ରିମିଅର ହେବାକୁ ଥିବା କ୍ୟାପ୍ସନ୍‌ରେ କୁହାଯାଇଛି। ଅନୁରାଗ କଶ୍ୟପ ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି। ଫିଲ୍ମର ଫାଷ୍ଟଲୁକ୍‌ ଭିଡିଓକୁ ସନି ପୁଣିଥରେ ରିଶେୟାର କରିଥିବାବେଳେ କାନ୍ସ ପାଇଁ ସେ ଖୁବ୍‌ ଏକ୍ସାଇଟେଡ୍‌ ଥିବା କହିଛନ୍ତି। ଆକ୍ଟର କମ୍‌ ମେଡଲ୍‌ ରାହୁଲ ଭଟ୍ଟ ୨୦୦୨ରେ ଫିଲ୍ମ ‘ୟେ ମହବତ ହେ’ ଜରିଆରେ ଇଣ୍ଡଷ୍ଟ୍ରିରେ ଏଣ୍ଟ୍ରି କରିଥିଲେ। ଅନେକ ଟେଲି ଧାରାବାହିକରେ ମଧ୍ୟ ତାଙ୍କ ଅଭିନୟ ଦର୍ଶକେ ଦେଖିଛନ୍ତି। ଅନ୍ୟପକ୍ଷେ ଗତବର୍ଷ ମୁକ୍ତିଲାଭ କରିଥିବା ଫିଲ୍ମ ‘ଗନି ଭାଇ’ରେ ସନି ଲେଓନ୍‌ଙ୍କୁ ବନ ପରଦାରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମହାମୁକାବିଲାକୁ ନେଇ ଆସିଲା ବଡ଼ ଅପଡେଟ୍‌: ୨୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୯।୨: ଟି-୨୦ ବିଶ୍ୱକପ ଆରମ୍ଭ ହୋଇଛି। କିନ୍ତୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲାକୁ ନେଇ ଏବେ ବି ଅନିଶ୍ଚିତତା ରହିଛି। ପରିସ୍ଥିତି ସ୍ପଷ୍ଟ କରିବା ପାଇଁ…

ସାମ୍ନାକୁ ଆସିଲା ସୁଇସାଇଡ ନୋଟ: ଆତ୍ମହତ୍ୟା କରିବା ପୂର୍ବରୁ ବାପାଙ୍କୁ ଏମିତି କଥା ଲେଖିଥିଲେ ୩ ଭଉଣୀ

ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦର ଟିଲା ମୋଡ ପୋଲିସ ଷ୍ଟେଶନ ଅଞ୍ଚଳର ଭାରତ ସିଟି ସୋସାଇଟିରେ ଏକ ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ତିନି ଭଉଣୀ…

ରୁଷିଆରୁ ଆଉ ତେଲ କିଣିବନି ଭାରତ: ବଢିବ କି ପେଟ୍ରୋଲ- ଡିଜେଲ ଦାମ୍‌? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ସୋମବାର ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ସଦ୍ୟତମ ଚୁକ୍ତି ଅନୁଯାୟୀ, ଭାରତ ଏବେ ରୁଷିଆ ବଦଳରେ ଆମେରିକାରୁ ତେଲ…

ବାଂଲାଦେଶ କ୍ରିକେଟ ବୋର୍ଡକୁ ଠେଙ୍ଗା ଦେଖାଇଲା ଆୟର୍ଲାଣ୍ଡ, ସିଧା ପହଞ୍ଚିଲା ICC ନିକଟରେ

ଢାକା,୧୮।୧: ଆସନ୍ତା ମାସରେ ଆରମ୍ଭ ହେବାକୁ ଥିବା ICC T20 ବିଶ୍ୱକପ ପୂର୍ବରୁ ବାଂଲାଦେଶ ଏକ ହଇଚଇ ସୃଷ୍ଟି କରିଛି। ପ୍ରଥମେ, ଭାରତରେ ମ୍ୟାଚ ଖେଳିବାକୁ ଚାହୁଁନଥିବା…

ପୁରୀରେ ଅଭାବନୀୟ ଘଟଣା: କୁକୁର ମାଂସ ଛିଡ଼ାଇ ଖାଇବା ଭିଡିଓ ଭାଇରାଲ

ପୁରୀ,୧୭ା୧(ଅଜିତ୍‌ କୁମାର ମହାନ୍ତି): ପୁରୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି କୁକୁର ମାଂସ ଛିଡାଇ ଧରିଥିବା ନେଇ ଭିଡିଓ ଦେଖିବାକୁ ମିଳିଛି। ଭିଡିଓରେ…

ଓଡ଼ିଶା: ଆଜିର ଫଟୋ (୪ ଜନୁଆରୀ, ୨୦୨୬ )

ରବିବାର ମାଷ୍ଟର କ୍ୟାଣ୍ଟିନ୍ ଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ପଥ ଉତ୍ସବ ଆୟୋଜିତ ହୋଇଯାଇଛି

ରୁପାଲି ଛକରେ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର,୪।୧: ଆମ ବସ୍‌ ଧକ୍କାରେ ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (CMRF)ରୁ ୪…

ଆମ ବସ୍‌ ଦୁର୍ଘଟଣା: ଅଟୋ ମହାସଂଘର ପକ୍ଷରୁ ବିକ୍ଷୋଭ

ଭୁବନେଶ୍ୱର,୪।୧: ଭୁବନେଶ୍ୱର ରୁପାଲି ଛକରେ ‘ଆମ ବସ’ ଦୁର୍ଘଟଣାର ପ୍ରତିବାଦ କରିଛି ଅଟୋ ମହାସଂଘ। କ୍ରୁଟ୍ର ଗାଡ଼କଣ ବସ୍‌ ଡିପୋ ଆଗରେ ବିକ୍ଷୋଭ କରାଯାଇଛି। ଅନ୍‌ ଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri