ସୋନିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୩।୭: ସୋନି ଇଣ୍ଡିଆର ନୂତନ ଉତ୍ପାଦ ‘ଏମ୍‌ଡିଆର୍‌-ଏମ୍‌ଭି୧ ରେଫରେନ୍ସ ମନିଟର ହେଡ୍‌ଫୋନ୍‌’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷ କରି ପ୍ରଫେସନାଲ ସାଉଣ୍ଡ୍‌ ଇଞ୍ଜିନିୟର ଓ ସଙ୍ଗୀତ ସ୍ରଷ୍ଟାଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କମ୍ପାନୀ ପକ୍ଷରୁ ଏଭଳି ଏକ ଉତ୍ପାଦ ପ୍ରସ୍ତୁତ କରାଯାଇଥିବା ଜଣାପଡିଛି। ଏପରିକି ଏଥିରେ ଉନ୍ନତ ସାଉଣ୍ଡ୍‌ ସହିତ ଦୀର୍ଘସ୍ଥାୟିତ୍ୱ ଓ ଭରସାର ମିଶ୍ରଣ ରହିଛି। ସେହିଭଳି ଏହାର ଓପନ୍‌ ବ୍ୟାକ୍‌ ଡିଜାଇନ୍‌ଗୁଡିକ ୩୬୦ଂ ରିଅଲିଟି ଅଡିଓ, ଷ୍ଟେରିଓ ସାଉଣ୍ଡ୍‌ ସହିତ ଉଚ୍ଚମାନର ରିଜଲ୍ୟୁଶନ ଦକ୍ଷତା ଆଦିର ମିଶ୍ରଣ କରିବାରେ ସହାୟକ ହେବ। ସେହିପରି ସୋନି ଇଣ୍ଡିଆ ପକ୍ଷରୁ ସି-୮୦ ମାଇକ୍ରୋଫୋନ୍‌ର ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ସୋନି ଇଣ୍ଡିଆର ଅଡିଓ ବିଜନେସ୍‌ ମୁଖ୍ୟ ସୋହେଇ ଟୋୟୋଡା କହିଛନ୍ତି, ଜାଗତିକ ସ୍ବର ଓ ଉଚ୍ଚମାନର ଷ୍ଟ୍ରିମିଂ ସଙ୍ଗୀତ ସେବାରେ ବୃଦ୍ଧି ହେବା ସହ ହେଡ୍‌ଫୋନ୍‌ ଚାହିଦାରେ ବୃଦ୍ଧି ହୋଇଥିବା ଆମେ ଦେଖିପାରୁଛୁ, ଯାହା ଏହି ଆବଶ୍ୟକତାଗୁଡ଼ିକୁ ପୂରଣ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri