ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଖୁବ୍‌ଶୀଘ୍ର ପାଠପଢ଼ା

ସାକ୍ଷୀଗୋପାଳ,୨୯।୬(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ପୁରୀ ଜିଲା ସତ୍ୟବାଦୀ ବ୍ଲକର ବକୁଳବନରେ ନିର୍ମାଣ ହେଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟର ପାଠ୍ୟକ୍ରମ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଥିସହ ନିର୍ମାଣ କାର୍ଯ୍ୟ ସରି ନ ଥିବାରୁ ସ୍ଥାନୀୟ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ କାର୍ଯ୍ୟାଳୟ ଖୋଲାଯିବ। ସେହିପରି ଅଫିସିଆଲ କାର୍ଯ୍ୟ ସୋମବାରଠାରୁ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ କମିଟି ବୁଧବାର ସତ୍ୟବାଦୀ ଗସ୍ତରେ ଆସିଥିବା ବେଳେ ଏହି ସୂଚନା ପ୍ରଦାନ କରିଛନ୍ତି। ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଚଳିତବର୍ଷ ଅଫିସ କାର୍ଯ୍ୟ, ନାମଲେଖା ସହ ପାଠ୍ୟଦାନ ହେବା ନିମନ୍ତେ ଏହି ଉଚ୍ଚସ୍ତରୀୟ କମିଟି ସତ୍ୟବାଦୀ ଗସ୍ତ କରିଥିଲେ। ଏହି ଗସ୍ତରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଭିସି ସଞ୍ଜୟ ନାୟକ, ଉଚ୍ଚଶିକ୍ଷା ବିଭାଗ ସ୍ବତନ୍ତ୍ର ସଚିବ ବୀରେନ୍ଦ୍ର କୋରକୋରା, ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଯୁଧିଷ୍ଠିର ସାହୁ, ଓବିସିସିର ମୁଖ୍ୟଯନ୍ତ୍ରୀ ଗିରିଜା ଶଙ୍କର ନାୟକ, ଏବିସିଏଲ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା, ଟେକ୍‌ ଏବିସିଏଲ ନିର୍ଦ୍ଦେଶକ ଅକ୍ରୂର ରଞ୍ଜନ ପତିଙ୍କ ସମେତ ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ସତ୍ୟବାଦୀ ବିଡିଓ ଲୋଚନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
ଏହି କମିଟି ପ୍ରଥମେ ସତ୍ୟବାଦୀ ଥାନା ନିକଟରେ ଥିବା ପୂର୍ତ୍ତ ବିଭାଗର ଡାକବଙ୍ଗଳାରେ ପହଞ୍ଚତ୍ ଏକ ସଭା କରିଥିଲେ। ଏଥିରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। କାର୍ଯ୍ୟର ମନ୍ଥରତା ନେଇ ଅଧିକାରୀମାନେ ଅସନ୍ତୋଷ ବ୍ୟକ୍ତ କରିବା ସହ ଶୀଘ୍ର କାର୍ଯ୍ୟ ସାରିବା ପାଇଁ ଓବିସିସିର ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ବିଶ୍ୱବିଦ୍ୟାଳୟରେ କିଭଳି ଶୀଘ୍ର ବିଦ୍ୟୁତ୍‌ ସଂଯୋଗ, ଜଳଯୋଗାଣ, ଓ୍ବାଇଫାଇ, ଫନିର୍ଚର, ରାସ୍ତାଘାଟ ଆଦି ନିର୍ମାଣ ସହ ପ୍ରାଥମିକତା ଭିତ୍ତିରେ ସମସ୍ତ ବିଲ୍ଡିଂର କାର୍ଯ୍ୟ କରାଯିବ ସେନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ଚଳିତବର୍ଷଠାରୁ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ପାଠପଢ଼ା ହେବ ବୋଲି ଶିକ୍ଷା ବିଭାଗର ନିଷ୍ପତ୍ତି ରହିଛି। କିନ୍ତୁ ବିଶ୍ୱବିଦ୍ୟାଳୟର କାମ ଅସମ୍ପୂର୍ଣ୍ଣ ଯୋଗୁ ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ୱବିଦ୍ୟାଳୟର ଅଫିସ କାର୍ଯ୍ୟ ଓ ନାମଲେଖା ସହ ପାଠ୍ୟଦାନ ଆରମ୍ଭ କରାଯିବା ପାଇଁ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା ଓ ବିଡିଓ ଲୋଚନ ଦାସ ଉପସ୍ଥିତ ଅଧିକାରୀଙ୍କୁ ଅନୁରୋଧ କରିଥିଲେ। ଏଥିରେ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟ ଶିବସୁନ୍ଦର ମିଶ୍ର ରାଜି ହେବା ପରେ ଉପସ୍ଥିତ ଅଧିକାରୀମାନେ ସେଠାକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଶେଷରେ ସେଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର କାର୍ଯ୍ୟ ସୋମବାରଠାରୁ ଆରମ୍ଭ କରାଯାଇ କିଛି ମାସ ପାଇଁ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri