ସାକ୍ଷୀଗୋପାଳ,୨୯।୬(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ପୁରୀ ଜିଲା ସତ୍ୟବାଦୀ ବ୍ଲକର ବକୁଳବନରେ ନିର୍ମାଣ ହେଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟର ପାଠ୍ୟକ୍ରମ ଖୁବ୍ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଥିସହ ନିର୍ମାଣ କାର୍ଯ୍ୟ ସରି ନ ଥିବାରୁ ସ୍ଥାନୀୟ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ କାର୍ଯ୍ୟାଳୟ ଖୋଲାଯିବ। ସେହିପରି ଅଫିସିଆଲ କାର୍ଯ୍ୟ ସୋମବାରଠାରୁ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ କମିଟି ବୁଧବାର ସତ୍ୟବାଦୀ ଗସ୍ତରେ ଆସିଥିବା ବେଳେ ଏହି ସୂଚନା ପ୍ରଦାନ କରିଛନ୍ତି। ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଚଳିତବର୍ଷ ଅଫିସ କାର୍ଯ୍ୟ, ନାମଲେଖା ସହ ପାଠ୍ୟଦାନ ହେବା ନିମନ୍ତେ ଏହି ଉଚ୍ଚସ୍ତରୀୟ କମିଟି ସତ୍ୟବାଦୀ ଗସ୍ତ କରିଥିଲେ। ଏହି ଗସ୍ତରେ ରେଭେନ୍ଶା ବିଶ୍ୱବିଦ୍ୟାଳୟର ଭିସି ସଞ୍ଜୟ ନାୟକ, ଉଚ୍ଚଶିକ୍ଷା ବିଭାଗ ସ୍ବତନ୍ତ୍ର ସଚିବ ବୀରେନ୍ଦ୍ର କୋରକୋରା, ରେଭେନ୍ଶା ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଯୁଧିଷ୍ଠିର ସାହୁ, ଓବିସିସିର ମୁଖ୍ୟଯନ୍ତ୍ରୀ ଗିରିଜା ଶଙ୍କର ନାୟକ, ଏବିସିଏଲ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା, ଟେକ୍ ଏବିସିଏଲ ନିର୍ଦ୍ଦେଶକ ଅକ୍ରୂର ରଞ୍ଜନ ପତିଙ୍କ ସମେତ ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ସତ୍ୟବାଦୀ ବିଡିଓ ଲୋଚନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
ଏହି କମିଟି ପ୍ରଥମେ ସତ୍ୟବାଦୀ ଥାନା ନିକଟରେ ଥିବା ପୂର୍ତ୍ତ ବିଭାଗର ଡାକବଙ୍ଗଳାରେ ପହଞ୍ଚତ୍ ଏକ ସଭା କରିଥିଲେ। ଏଥିରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। କାର୍ଯ୍ୟର ମନ୍ଥରତା ନେଇ ଅଧିକାରୀମାନେ ଅସନ୍ତୋଷ ବ୍ୟକ୍ତ କରିବା ସହ ଶୀଘ୍ର କାର୍ଯ୍ୟ ସାରିବା ପାଇଁ ଓବିସିସିର ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ବିଶ୍ୱବିଦ୍ୟାଳୟରେ କିଭଳି ଶୀଘ୍ର ବିଦ୍ୟୁତ୍ ସଂଯୋଗ, ଜଳଯୋଗାଣ, ଓ୍ବାଇଫାଇ, ଫନିର୍ଚର, ରାସ୍ତାଘାଟ ଆଦି ନିର୍ମାଣ ସହ ପ୍ରାଥମିକତା ଭିତ୍ତିରେ ସମସ୍ତ ବିଲ୍ଡିଂର କାର୍ଯ୍ୟ କରାଯିବ ସେନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ଚଳିତବର୍ଷଠାରୁ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ପାଠପଢ଼ା ହେବ ବୋଲି ଶିକ୍ଷା ବିଭାଗର ନିଷ୍ପତ୍ତି ରହିଛି। କିନ୍ତୁ ବିଶ୍ୱବିଦ୍ୟାଳୟର କାମ ଅସମ୍ପୂର୍ଣ୍ଣ ଯୋଗୁ ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ୱବିଦ୍ୟାଳୟର ଅଫିସ କାର୍ଯ୍ୟ ଓ ନାମଲେଖା ସହ ପାଠ୍ୟଦାନ ଆରମ୍ଭ କରାଯିବା ପାଇଁ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା ଓ ବିଡିଓ ଲୋଚନ ଦାସ ଉପସ୍ଥିତ ଅଧିକାରୀଙ୍କୁ ଅନୁରୋଧ କରିଥିଲେ। ଏଥିରେ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟ ଶିବସୁନ୍ଦର ମିଶ୍ର ରାଜି ହେବା ପରେ ଉପସ୍ଥିତ ଅଧିକାରୀମାନେ ସେଠାକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଶେଷରେ ସେଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର କାର୍ଯ୍ୟ ସୋମବାରଠାରୁ ଆରମ୍ଭ କରାଯାଇ କିଛି ମାସ ପାଇଁ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି।
Posted inHome, Home Left, ଆମ ଜିଲା ଖବର, ପୁରୀ View All
ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ
ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…
ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ
ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…
ଦେଶରେ ଲାଗିବ କି ଲକ୍ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…
ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…
ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ
କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…
LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…
ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…
ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…
ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…
ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…
ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…
Archives

