ସାକ୍ଷୀଗୋପାଳ,୨୯।୬(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ପୁରୀ ଜିଲା ସତ୍ୟବାଦୀ ବ୍ଲକର ବକୁଳବନରେ ନିର୍ମାଣ ହେଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟର ପାଠ୍ୟକ୍ରମ ଖୁବ୍ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଥିସହ ନିର୍ମାଣ କାର୍ଯ୍ୟ ସରି ନ ଥିବାରୁ ସ୍ଥାନୀୟ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ କାର୍ଯ୍ୟାଳୟ ଖୋଲାଯିବ। ସେହିପରି ଅଫିସିଆଲ କାର୍ଯ୍ୟ ସୋମବାରଠାରୁ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ କମିଟି ବୁଧବାର ସତ୍ୟବାଦୀ ଗସ୍ତରେ ଆସିଥିବା ବେଳେ ଏହି ସୂଚନା ପ୍ରଦାନ କରିଛନ୍ତି। ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଚଳିତବର୍ଷ ଅଫିସ କାର୍ଯ୍ୟ, ନାମଲେଖା ସହ ପାଠ୍ୟଦାନ ହେବା ନିମନ୍ତେ ଏହି ଉଚ୍ଚସ୍ତରୀୟ କମିଟି ସତ୍ୟବାଦୀ ଗସ୍ତ କରିଥିଲେ। ଏହି ଗସ୍ତରେ ରେଭେନ୍ଶା ବିଶ୍ୱବିଦ୍ୟାଳୟର ଭିସି ସଞ୍ଜୟ ନାୟକ, ଉଚ୍ଚଶିକ୍ଷା ବିଭାଗ ସ୍ବତନ୍ତ୍ର ସଚିବ ବୀରେନ୍ଦ୍ର କୋରକୋରା, ରେଭେନ୍ଶା ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଯୁଧିଷ୍ଠିର ସାହୁ, ଓବିସିସିର ମୁଖ୍ୟଯନ୍ତ୍ରୀ ଗିରିଜା ଶଙ୍କର ନାୟକ, ଏବିସିଏଲ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା, ଟେକ୍ ଏବିସିଏଲ ନିର୍ଦ୍ଦେଶକ ଅକ୍ରୂର ରଞ୍ଜନ ପତିଙ୍କ ସମେତ ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ସତ୍ୟବାଦୀ ବିଡିଓ ଲୋଚନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
ଏହି କମିଟି ପ୍ରଥମେ ସତ୍ୟବାଦୀ ଥାନା ନିକଟରେ ଥିବା ପୂର୍ତ୍ତ ବିଭାଗର ଡାକବଙ୍ଗଳାରେ ପହଞ୍ଚତ୍ ଏକ ସଭା କରିଥିଲେ। ଏଥିରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। କାର୍ଯ୍ୟର ମନ୍ଥରତା ନେଇ ଅଧିକାରୀମାନେ ଅସନ୍ତୋଷ ବ୍ୟକ୍ତ କରିବା ସହ ଶୀଘ୍ର କାର୍ଯ୍ୟ ସାରିବା ପାଇଁ ଓବିସିସିର ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ବିଶ୍ୱବିଦ୍ୟାଳୟରେ କିଭଳି ଶୀଘ୍ର ବିଦ୍ୟୁତ୍ ସଂଯୋଗ, ଜଳଯୋଗାଣ, ଓ୍ବାଇଫାଇ, ଫନିର୍ଚର, ରାସ୍ତାଘାଟ ଆଦି ନିର୍ମାଣ ସହ ପ୍ରାଥମିକତା ଭିତ୍ତିରେ ସମସ୍ତ ବିଲ୍ଡିଂର କାର୍ଯ୍ୟ କରାଯିବ ସେନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ଚଳିତବର୍ଷଠାରୁ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ପାଠପଢ଼ା ହେବ ବୋଲି ଶିକ୍ଷା ବିଭାଗର ନିଷ୍ପତ୍ତି ରହିଛି। କିନ୍ତୁ ବିଶ୍ୱବିଦ୍ୟାଳୟର କାମ ଅସମ୍ପୂର୍ଣ୍ଣ ଯୋଗୁ ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ୱବିଦ୍ୟାଳୟର ଅଫିସ କାର୍ଯ୍ୟ ଓ ନାମଲେଖା ସହ ପାଠ୍ୟଦାନ ଆରମ୍ଭ କରାଯିବା ପାଇଁ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା ଓ ବିଡିଓ ଲୋଚନ ଦାସ ଉପସ୍ଥିତ ଅଧିକାରୀଙ୍କୁ ଅନୁରୋଧ କରିଥିଲେ। ଏଥିରେ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟ ଶିବସୁନ୍ଦର ମିଶ୍ର ରାଜି ହେବା ପରେ ଉପସ୍ଥିତ ଅଧିକାରୀମାନେ ସେଠାକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଶେଷରେ ସେଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର କାର୍ଯ୍ୟ ସୋମବାରଠାରୁ ଆରମ୍ଭ କରାଯାଇ କିଛି ମାସ ପାଇଁ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି।
Posted inHome, Home Left, ଆମ ଜିଲା ଖବର, ପୁରୀ View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

