ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଖୁବ୍‌ଶୀଘ୍ର ପାଠପଢ଼ା

ସାକ୍ଷୀଗୋପାଳ,୨୯।୬(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ପୁରୀ ଜିଲା ସତ୍ୟବାଦୀ ବ୍ଲକର ବକୁଳବନରେ ନିର୍ମାଣ ହେଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟର ପାଠ୍ୟକ୍ରମ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏଥିସହ ନିର୍ମାଣ କାର୍ଯ୍ୟ ସରି ନ ଥିବାରୁ ସ୍ଥାନୀୟ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ କାର୍ଯ୍ୟାଳୟ ଖୋଲାଯିବ। ସେହିପରି ଅଫିସିଆଲ କାର୍ଯ୍ୟ ସୋମବାରଠାରୁ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ କମିଟି ବୁଧବାର ସତ୍ୟବାଦୀ ଗସ୍ତରେ ଆସିଥିବା ବେଳେ ଏହି ସୂଚନା ପ୍ରଦାନ କରିଛନ୍ତି। ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଚଳିତବର୍ଷ ଅଫିସ କାର୍ଯ୍ୟ, ନାମଲେଖା ସହ ପାଠ୍ୟଦାନ ହେବା ନିମନ୍ତେ ଏହି ଉଚ୍ଚସ୍ତରୀୟ କମିଟି ସତ୍ୟବାଦୀ ଗସ୍ତ କରିଥିଲେ। ଏହି ଗସ୍ତରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଭିସି ସଞ୍ଜୟ ନାୟକ, ଉଚ୍ଚଶିକ୍ଷା ବିଭାଗ ସ୍ବତନ୍ତ୍ର ସଚିବ ବୀରେନ୍ଦ୍ର କୋରକୋରା, ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଯୁଧିଷ୍ଠିର ସାହୁ, ଓବିସିସିର ମୁଖ୍ୟଯନ୍ତ୍ରୀ ଗିରିଜା ଶଙ୍କର ନାୟକ, ଏବିସିଏଲ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା, ଟେକ୍‌ ଏବିସିଏଲ ନିର୍ଦ୍ଦେଶକ ଅକ୍ରୂର ରଞ୍ଜନ ପତିଙ୍କ ସମେତ ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ସତ୍ୟବାଦୀ ବିଡିଓ ଲୋଚନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
ଏହି କମିଟି ପ୍ରଥମେ ସତ୍ୟବାଦୀ ଥାନା ନିକଟରେ ଥିବା ପୂର୍ତ୍ତ ବିଭାଗର ଡାକବଙ୍ଗଳାରେ ପହଞ୍ଚତ୍ ଏକ ସଭା କରିଥିଲେ। ଏଥିରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। କାର୍ଯ୍ୟର ମନ୍ଥରତା ନେଇ ଅଧିକାରୀମାନେ ଅସନ୍ତୋଷ ବ୍ୟକ୍ତ କରିବା ସହ ଶୀଘ୍ର କାର୍ଯ୍ୟ ସାରିବା ପାଇଁ ଓବିସିସିର ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ବିଶ୍ୱବିଦ୍ୟାଳୟରେ କିଭଳି ଶୀଘ୍ର ବିଦ୍ୟୁତ୍‌ ସଂଯୋଗ, ଜଳଯୋଗାଣ, ଓ୍ବାଇଫାଇ, ଫନିର୍ଚର, ରାସ୍ତାଘାଟ ଆଦି ନିର୍ମାଣ ସହ ପ୍ରାଥମିକତା ଭିତ୍ତିରେ ସମସ୍ତ ବିଲ୍ଡିଂର କାର୍ଯ୍ୟ କରାଯିବ ସେନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ଚଳିତବର୍ଷଠାରୁ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ପାଠପଢ଼ା ହେବ ବୋଲି ଶିକ୍ଷା ବିଭାଗର ନିଷ୍ପତ୍ତି ରହିଛି। କିନ୍ତୁ ବିଶ୍ୱବିଦ୍ୟାଳୟର କାମ ଅସମ୍ପୂର୍ଣ୍ଣ ଯୋଗୁ ନିର୍ମାଣ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ସ୍ଥାନୀୟ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ବିଶ୍ୱବିଦ୍ୟାଳୟର ଅଫିସ କାର୍ଯ୍ୟ ଓ ନାମଲେଖା ସହ ପାଠ୍ୟଦାନ ଆରମ୍ଭ କରାଯିବା ପାଇଁ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା ଓ ବିଡିଓ ଲୋଚନ ଦାସ ଉପସ୍ଥିତ ଅଧିକାରୀଙ୍କୁ ଅନୁରୋଧ କରିଥିଲେ। ଏଥିରେ ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟର ଅଧ୍ୟକ୍ଷ ସତ୍ୟ ଶିବସୁନ୍ଦର ମିଶ୍ର ରାଜି ହେବା ପରେ ଉପସ୍ଥିତ ଅଧିକାରୀମାନେ ସେଠାକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଶେଷରେ ସେଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର କାର୍ଯ୍ୟ ସୋମବାରଠାରୁ ଆରମ୍ଭ କରାଯାଇ କିଛି ମାସ ପାଇଁ ଚାଲିବ ବୋଲି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri