ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ନିଯୁକ୍ତି ନିୟମିତ ନେଇ ଏସ୍‌ଓପି ଜାରି

ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ନିଯୁକ୍ତି ନିୟମିତ କରାଯିବା ନେଇ ଏପ୍ରିଲ ୧୩ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ଏନେଇ ସ୍ବତନ୍ତ୍ର ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିସ୍ତୃତ ଗାଇଡ୍‌ଲାଇନ ଏବଂ ଏସ୍‌ଓପି ଜାରି ପାଇଁ ପ୍ରାୟ ଅଢ଼େଇ ମାସ ଲାଗିଯାଇଛି। ଅନେକ ଦିନରୁ ନିଯୁକ୍ତି ନିୟମିତ ଦାବି ହୋଇଆସୁଥିବାବେଳେ ଗୁରୁବାର ବିଭାଗ ପକ୍ଷରୁ ଏସ୍‌ଓପି ଜାରି ହୋଇଛି। ବିଜ୍ଞପ୍ତି ଅନୁସାରେ, ସାଧାରଣ ପ୍ରଶାସନ ବିଭାଗ ଓ ଗ୍ରୁପ-ବି ପଦବୀ(ଚୁକ୍ତିଭିତ୍ତିକ ନିଯୁକ୍ତି) ନିୟମ-୨୦୧୩ ଅନ୍ତର୍ଗତ ଯେଉଁ ଶିକ୍ଷକମାନେ ଇନିସିଆଲ ଆପଏଣ୍ଟମେଣ୍ଟ ପାଇଥିଲେ ସେମାନଙ୍କ ଚାକିରି ଓ ଗ୍ରୁପ-ବି, ସି, ଡି ପଦବୀ (ଉଚ୍ଛେଦ ଓ ସ୍ବତନ୍ତ୍ର ପ୍ରାବଧାନ) ରୁଲ୍‌ସ-୨୦୨୨ ଆଧାରରେ ନିୟମିତ ହେବ। ଶିକ୍ଷକମାନଙ୍କ ନିଯୁକ୍ତି ବର୍ଷ ଓ ମେରିଟ ଲିଷ୍ଟ ଅନୁସାରେ ସେମାନଙ୍କର ବରିଷ୍ଠତା ବିବେଚନା କରାଯିବ। ସେହିପରି ଯେଉଁ ଶିକ୍ଷକମାନେ ଓ ଗ୍ରୁପ-ବି ପଦବୀ(ଚୁକ୍ତିିଭିତ୍ତିକ ନିଯୁକ୍ତି) ରୁଲ୍‌ସ-୨୦୧୩ ପୂର୍ବରୁ ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିଲେ ତଥା ସେମାନେ ଏହି ବିଜ୍ଞପ୍ତି ଜାରି ହେବା ପୂର୍ବରୁ ୬ବର୍ଷ ଚାକିରି ପୂରଣ କରି ନ ଥିଲେ ସେମାନଙ୍କ ଚାକିରିର ନିୟମିତ ଅବଧି ଗଣଶିକ୍ଷା ବିଭାଗ ୨୦୦୮ ଓ ୨୦୧୧ ମସିହାର ବିଜ୍ଞପ୍ତି ଆଧାରରେ ବିବେଚନା କରାଯିବ। ଓଆର୍‌ଭି ନିୟମକୁ ପାଳନ କରି ଏହି ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କ ନିଯୁକ୍ତିକୁ ନିୟମିତ କରାଯିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।
ସୂଚନା ଥାଉ କି, ୨୦୨୨ ଅକ୍ଟୋବର ୧୫ରେ ମୁଖ୍ୟମନ୍ତ୍ରୀ ରାଜ୍ୟରୁ ଚୁକ୍ତିଭିତ୍ତିକ ପ୍ରଥାର ଉଚ୍ଛେଦ ନେଇ ଘୋଷଣା କରିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ପ୍ରାୟ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀଶିକ୍ଷକ ଏଥିରୁ ବାଦ୍‌ ପଡ଼ିଥିଲେ। ଫଳରେ ଓଡ଼ିିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘ ପ୍ରଥମେ ଡିସେମ୍ବର ୭ ଓ ପରେ ଏପ୍ରିଲ ୧ରୁ ୧୩ତାରିଖ ଯାଏ ଲୋୟର ପିଏମ୍‌ଜିରେ ଧାରଣା ଦେଇଥିଲା। ତେବେ ଏପ୍ରିଲ ୧୩ରେ ନିୟମିତ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲେ ମଧ୍ୟ ଏସ୍‌ଓପି ଜାରି ଆଳରେ ଦିନ ପରେ ଦିନ ବିତି ଚାଲିଥିବାରୁ ଶିକ୍ଷକଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଅନ୍ୟପଟେ ଏସ୍‌ଓପି ଜାରି ହେବା ପରେ ମଧ୍ୟ ଅନେକ ଶିକ୍ଷକ ଆଶାନୁରୂପ ଫଳ ପାଇ ନ ଥିବା କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri