ଅଗଷ୍ଟ ୧୫ରେ ସୁଭଦ୍ରା ଯୋଜନା ପାଇଁ ଆସିବ ଏସ୍‌ଓପି, ଜାଣନ୍ତୁ ଏଥିରୁ କେଉଁମାନେ ପଡ଼ିବେ ବାଦ୍‌

ଭୁବନେଶ୍ୱର,୧୦ା୮: ଆସନ୍ତା ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ଆସିବ। ଏହି ଯୋଜନାରେ କିଏ ପାଇବେ, କିଏ ପାଇବେନି, ତାର ସ୍ପଷ୍ଟ ଚିତ୍ର ରହିବ। ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡ ହିଁ ଯଥେଷ୍ଟ। ତେବେ ଉଚ୍ଚ ଆୟ ବର୍ଗର ଲୋକ ଏଥିରୁ ବାଦ୍‌ ପଡ଼ିପାରନ୍ତି। ବିଶେଷକରି ଯେଉଁମାନେ ଆୟକର ଦେଉଛନ୍ତି ସେମାନଙ୍କୁ ଏହି ଯୋଜନାରରୁ ସରକାର ବାଦ ଦେଇପାରନ୍ତି। ଅଗଷ୍ଟ ୧୫ରେ ଏସ୍‌ଓପି ଆସିବା ପରେ ସୁଭଦ୍ରା ନେଇ ଚିତ୍ର ଆହୁରି ସ୍ପଷ୍ଟ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
ପ୍ରଭାତୀ କହିଛନ୍ତି, ସୁଭଦ୍ରା ଯୋଜନା ବଜେଟ୍‌ରେ ୧୦ ହଜାର କୋଟି ଟଙ୍କା ଥିଲେ ମଧ୍ୟ ଆବଶ୍ୟକ ପଡ଼ିଲେ ଏହା ପରିମାଣ ବଢ଼ିପାରେ। ଆସନ୍ତା ସେପ୍ଟେମ୍ବର ୧୭ରେ ରାଜ୍ୟରେ ଏହି ଯୋଜନା ଲାଗୁ ହେବ। ସେହିପରି ରାଜ୍ୟରେ ଯେମିତି ଲକ୍ଷପତି ଦିଦିଙ୍କ ସଂଖ୍ୟା ବଢ଼ିବ ସେ ନେଇ ତାଙ୍କ ସରକାର କାମ କରୁଛନ୍ତି। ମିଶନ ଶକ୍ତି ମା’ମାନଙ୍କୁ ଦୁବାଇ ବୁଲାଇ ନେଲେ ସେମାନଙ୍କ ବିକାଶ ହୋଇଯିବନି । ସେମାନଙ୍କ ଏକ୍ସପୋଜର ଭିଜିଟ୍‌ ଉପରେ ଅଧିକ ଗୁରୁତ୍ତ୍ୱ ଦିଆଯିବ। ସ୍କୁଟି ନେଇ ମିଶନ ଶକ୍ତିର ମହିଳାମାନେ ପସ୍ତାଉଛନ୍ତି। ଗତ ସରକାର ସେମାନଙ୍କ ଉପରେ ଋଣ ଭାର ବଢାଇ ଦେଇଛନ୍ତି । ଭାଜପା ମାଆମାନଙ୍କୁ କେବେ ବି ଭୋଟ୍‌ ବ୍ୟାଙ୍କ ଭାବେ ବ୍ୟବହାର କରେନି। ସେମାନଙ୍କ ବିକାଶ ଉପରେ ଅଧିକ ଗୁରୁତ୍ତ୍ୱ ଦେବ। ମିଶନ ଶକ୍ତି କେବେ ବି ବନ୍ଦ ହେବନି । ପର୍ଯ୍ୟଟନର ବିକାଶ ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଗତ ଥର ଇକୋରିଟ୍ରିଟରେ ଅନେକ ବାବୁଙ୍କ ବିନା ପଇସାରେ ବିଳାସବ୍ୟସନ କଥା ସାମ୍ନାକୁ ଆସିଛି। ଏଥର ସେ ସବୁ ବନ୍ଦ ହେବ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?