କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଖୁବ୍‌ଶୀଘ୍ର ଏକ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (SOP) ଜାରି କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ‘ଜ୍ଞାନୋଦୟ – ଶିକ୍ଷାରୁ ସମୃଦ୍ଧି’ ଯୋଜନା ଅନ୍ତର୍ଗତ ସରକାରୀ  ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନରେ ନାମଲେଖା ଶୁଳ୍କ ଛାଡ଼ କରାଯାଇଛି। ଏହି ପ୍ରକ୍ରିୟାକୁ ସୁଚାରୁ ଭାବେ କାର୍ଯ୍ୟକାରୀ କରିବା ସହ ଛାତ୍ରୀଛାତ୍ର ଓ ଅନୁଷ୍ଠାନଗୁଡ଼ିକର ସମସ୍ତ ସନ୍ଦେହ ଦୂର କରିବା ପାଇଁ ବିସ୍ତୃତ ଏସ୍‌ଓପି ପ୍ରକାଶ କରାଯିବ।

ସେ ଆହୁରି କହିଛନ୍ତି ଯେ, ୬୬୨ ଓ ୪୮୮ ବର୍ଗର ଅନୁଦାନପ୍ରାପ୍ତ କଲେଜଗୁଡ଼ିକୁ ମଧ୍ୟ ସରକାର ଆବଶ୍ୟକ ଅର୍ଥ ପ୍ରଦାନ କରିବେ। ପୂର୍ବରୁ ନାମଲେଖା ସମୟରେ ଛାତ୍ରଛାତ୍ରୀମାନେ ଯେଉଁ ଅର୍ଥ ପ୍ରଦାନ କରୁଥିଲେ, ସେହି ଅର୍ଥ ସରକାର ବହନ କରିବେ। ଫଳରେ ଛାତ୍ରୀଛାତ୍ରୀ ଉପରେ କୌଣସି ଆର୍ଥିକ ବୋଝ ପଡ଼ିବ ନାହିଁ।

ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ, ସରକାରଙ୍କ ଲକ୍ଷ୍ୟ ହେଉଛି ଆର୍ଥିକ ସମସ୍ୟା ଯୋଗୁଁ କୌଣସି ଛାତ୍ରୀଛାତ୍ର ଯେପରି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତି। ତେଣୁ ନାମଲେଖା ଶୁଳ୍କ ବାବଦରେ ଯେଉଁ ଅର୍ଥ ଛାଡ଼ କରାଯାଇଛି, ତାହା ସରକାର ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ପ୍ରଦାନ କରିବେ। ଏହାଦ୍ୱାରା ନାମଲେଖା ପ୍ରକ୍ରିୟା ସ୍ୱଚ୍ଛ ଓ ନିରବିଘ୍ନ ଭାବେ ସମ୍ପନ୍ନ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତି ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri