ଦୁର୍ଘଟଣା ମୁକାବିଲା ପାଇଁ ଆସିବ ଏସ୍‌ଓପି

ଭୁବନେଶ୍ୱର,୨୮।୬(ଅନିଲ ଦାସ)
ଦିଗପହଣ୍ଡି ବସ୍‌ ଦୁର୍ଘଟଣା ପରେ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଏକ ନୂତନ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜ୍ୟୁଅର(ଏସ୍‌ଓପି) କରିବାକୁ ନିଷ୍ପତ୍ତି ହୋଇଛି। ଦୁର୍ଘଟଣା ପରେ ତ୍ୱରିତ ପଦକ୍ଷେପ ନେବାକୁ ଏଥିରେ ବ୍ୟବସ୍ଥା କରାଯାଇଛି। ବିଭାଗରେ ଥିବା କଲ୍‌ ସେଣ୍ଟରକୁ ଖବର ଆସିବା ମାତ୍ରେ ଅଳ୍ପ କେଇ ସେକେଣ୍ଡରେ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ ଓ ଜରୁରିକାଳୀନ ସ୍ବାସ୍ଥ୍ୟ ଟିମ୍‌ ନିକଟକୁ ଏସ୍‌ଏମ୍‌ଏସ୍‌ ପହଞ୍ଚିବ। ଏହି ଟିମ୍‌ ଦୁର୍ଘଟଣା ସ୍ଥଳକୁ ଯାଇ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବେ। ଏହାଛଡ଼ା ସ୍ବାସ୍ଥ୍ୟ ବିଭାଗ, ପୋଲିସ ଏବଂ ପୂର୍ତ୍ତ ବିଭାଗକୁ ନେଇ ଏକ ସ୍ପେଶାଲ ଏକ୍ସପର୍ଟ ଟିମ୍‌ ଗଠନ କରାଯିବ। ଏହି ଟିମ୍‌ ଦୁର୍ଘଟଣା ସ୍ଥଳ ଯାଞ୍ଚ କରିବ। ଯାନବାହନଗୁଡ଼ିକର ଫିଟ୍‌ନେସ, ବୀମା ଇତ୍ୟାଦିକୁ ‘ବାହନ’ ପୋର୍ଟାଲ ସହ ସଂଯୋଗ କରାଯାଇଛି। ରାଜ୍ୟରେ ଥିବା ପ୍ରତ୍ୟେକ ଟୋଲ୍‌ ଗେଟ୍‌ ସହ ମଧ୍ୟ ବାହନ ପୋର୍ଟାଲ ସଂଯୋଗ ରହିଛି। କୌଣସି ଗାଡ଼ି ବିନା ବୀମା କିମ୍ବା ଫିଟ୍‌ନେସ୍‌ରେ ଯାତ୍ରା କରୁଥିଲେ ତାହା ତୁରନ୍ତ ବାହନ ପୋର୍ଟାଲକୁ ସୂଚନା ମିଳିବ। ଏ ନେଇ ଆର୍‌ଟିଓମାନେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ବୋଲି ପରିବହନ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri