Posted inଖେଳ

ପ୍ରଥମ ମହିଳା ଭାବେ ପଏଣ୍ଟ ସ୍କୋର କଲେ ସୋଫିଆ

ନୂଆଦିଲ୍ଲୀ, ୩ା୭: ପ୍ରଥମ ମହିଳା ଖେଳାଳି ଭାବରେ ଫର୍ମୁଲା-୩ ଗ୍ରାଁ ପ୍ରିରେ ପଏଣ୍ଟ ସ୍କୋର କରି ଇତିହାସ ରଚିଛନ୍ତି ଜର୍ମାନୀର ସୋଫିଆ ଫ୍ଲୋରେସ। ରବିବାର ଶେଷ ହୋଇଥିବା ଅଷ୍ଟ୍ରିଆନ୍‌ ଗ୍ରାଣ୍ଡ ପ୍ରିରେ ସେ ନବମ ସ୍ଥାନରେ ରହି ରେସ୍‌ ଫିନିଶ କରିଥିଲେ। ପିଏଚ୍‌ଏମ୍‌ ରେସିଂ କମ୍ପାନୀ ପକ୍ଷରୁ ସେ ରେସ୍‌ କରିଥିଲେ। ୨୦ତମ ସ୍ଥାନରୁ ରେସ୍‌ ଆରମ୍ଭ କରିଥିବା ବେଳେ ନବମ ସ୍ଥାନରେ ରେସ୍‌ କରିଥିଲେ। ଏହି ପ୍ରଦର୍ଶନ ସହିତ ତାଙ୍କ ଟିମ୍‌କୁ ୨ ବିଶ୍ୱ ଚାମ୍ପିୟନଶିପ୍‌ ପଏଣ୍ଟ ମଧ୍ୟ ମିଳିଛି। ୨୬ ଲାପ୍‌ ସମାପ୍ତ କରିବା ପାଇଁ ସୋଫିଆଙ୍କୁ ୩୮:୦୫.୭୬୫ ସେକେଣ୍ଡର ସମୟ ଲାଗିଥିଲା। ପ୍ରେମା ପାଓ୍ବାର ଟିମ୍‌ର ବ୍ରିଟନ୍‌ ଜ୍ୟାକ୍‌ ଓ ସୁଲିଭାନ୍‌ ପ୍ରଥମ ସ୍ଥାନରେ ରହିଥିଲେ। ଟ୍ରାଇଡେଣ୍ଟର ଗାବ୍ରିଏଲ ବୋର୍ଟୋଲେଟୋ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ସି କୋଲେଟ୍‌ ତୃତୀୟ ସ୍ଥାନରେ ରହିଥିଲେ। ଫର୍ମୁଲା-୩ ରେସ୍‌ରେ ପଏଣ୍ଟ ହାସଲ କରିଥିବା ସୋଫିଆଙ୍କୁ ଫର୍ମୁଲା ଓ୍ବାନ୍‌ ସୋସିଆଲ ମିଡିଆ ଆକାଉଣ୍ଟରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି। ସୋଫିଆ ଆଲପିନ୍‌ ଡ୍ରାଇଭର ଏକାଡେମୀରେ ପ୍ରଶିକ୍ଷଣ ଗ୍ରହଣ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

IPL ମଧ୍ୟରେ ପ୍ରେମିକାଙ୍କ ସହ ଗୁରୁଦ୍ୱାର ପହଞ୍ଚିଲେ ଅର୍ଶଦୀପ, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା

ନୂଆଦିଲ୍ଲୀ,୧୪।୪: କ୍ରିକେଟର ଏବଂ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କ ସାଧାରଣ, ଅନେକ ପୁରୁଷ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ସଦ୍ୟତମ ପ୍ରକାଶିତ ବ୍ୟକ୍ତି ହେଉଛନ୍ତି ଅର୍ଶଦୀପ ସିଂହ,…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri