ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ ନେତା କଂଗ୍ରେସରେ ଯୋଗଦେଲେ ମାତ୍ର ମୁଁ ଜାଣି ନ ଥିଲି। ସୋସିଆଲ ମିଡିଆରୁ ଜାଣିବାକୁ ପାଇଲି, ଆମକୁ ଅବଗତ କରିବାର ଥିଲା ବୋଲି ସୋଫିଆ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ସମସ୍ତଙ୍କୁ ଏକାଠି ନେଇ କାମ କଲେ କଂଗ୍ରେସ ଆଗକୁ ବଢ଼ିବ। ଅନ୍ୟପକ୍ଷରେ ପିସିସି ସଭାପତିଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ବିଶ୍ୱଜିତ୍‌।

ସୂଚନା ଥାଉକି, କଂଗ୍ରେସ ଭବନଠାରେ ଶନିବାର ଆୟୋଜିତ ଏକ ମିଶ୍ରଣ ପର୍ବରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ନିଜ ସମର୍ଥକଙ୍କ ସହ କଂଗ୍ରେସରେ ଯୋଗଦାନ କରିଥିଲେ। ମହାନ୍ତିଙ୍କୁ ସ୍ବାଗତ କରି ସଭାପତି ଦାସ କହିଥିଲେ, ‘ବିଶ୍ୱଜିତ ବାବୁଙ୍କ ପିତା ବାରିଷ୍ଟର ରଣଜିତ୍‌ ମହାନ୍ତି ମୋର ଜଣେ ମାର୍ଗଦର୍ଶକ ଥିଲେ ଏବଂ ମତେ ପୁତ୍ରବତ ସ୍ନେହ କରୁଥିଲେ। ବିଶ୍ୱଜିତ ବାବୁଙ୍କ କଂଗ୍ରେସରେ ଯୋଗଦାନ ଦଳକୁ ଅଧିକ କ୍ରିୟାଶୀଳ ଏବଂ ସଶକ୍ତ କରିବ। କଟକ ଏକ ବୈଚାରିକ ସହର, କଂଗ୍ରେସ ପ୍ରତି ଅନେକ ବିଚାରନ୍ତ ମହାନୁଭବଙ୍କ ଦାନ ଅତୁଳନୀୟ। ତେଣୁ ଐତିହାସିକ ଏବଂ ମର୍ଯ୍ୟାଦା ଦୃଷ୍ଟିରୁ କଟକ କଂଗ୍ରେସ ପାଇଁ ମହତ୍ତ୍ୱପୂର୍ଣ୍ଣ। କଂଗ୍ରେସ ବର୍ତ୍ତମାନ ଆଗେଇ ଚାଲିଛି, ଅଧିକରୁ ଅଧିକ ଲୋକ ଦଳରେ ସାମିଲ ହେଉଛନ୍ତି।’ ମହାନ୍ତି ଏହି ଅବସରରେ ପ୍ରଦେଶ କଂଗ୍ରେସ କମିଟି ଓ ସଭାପତି ଦାସଙ୍କୁ କୃତଜ୍ଞତା ଜ୍ଞାପନ କରି କହିଥିଲେ, ‘କଂଗ୍ରେସକୁ ସଶକ୍ତ କରି କ୍ଷମତାସୀନ କରିବା ଓ ଭାଜପାକୁ ତଡ଼ିବା ଆମ ଲକ୍ଷ୍ୟ’।
ଏହି ମିଶ୍ରଣ ପର୍ବକୁ ମିଡିଆ ସେଲ୍‌ ଅଧ୍ୟକ୍ଷ ଅରବିନ୍ଦ ଦାସ ପରିଚାଳନା କରିଥିବାବେଳେ, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ବିଜୟଲକ୍ଷ୍ମୀ ପଟ୍ଟନାୟକ, ପିସିସି କୋଷାଧ୍ୟକ୍ଷ ସିଦ୍ଧାର୍ଥ ଦାଶ, କଟକ ସିଟି ଜିଲା କଂଗ୍ରେସ ସଭାପତି ପ୍ରଦୀପ୍ତ କୁମାର ଦାସ, ଶାନ୍ତାୟନ ମିଶ୍ର ମଞ୍ଚାସୀନ ଥିଲେ। କାର୍ଯ୍ୟକ୍ରମରେ ମହାନ୍ତିଙ୍କ ସମେତ ଲେଖିକା ଦିଶା ବରାଳ, ବିଜେଡି ସାଧାରଣ ସମ୍ପାଦକ ଜଗନ୍ନାଥ ସାହୁ, ପୂର୍ବତନ କର୍ପୋରେଟର ପ୍ରବୀଣ ରାଉଳ, ଗାନ୍ଧୀବାଦୀ ବୟୋଜ୍ୟେଷ୍ଠ ବିଶ୍ୱ ଦାସ, ଯୁବ ବିଜେଡି ସମ୍ପାଦକ ଏସ୍‌ କେ ଅସଲାମ ତଥା ଶତାଧିକ କର୍ମୀ ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗଦାନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri