ରାସ୍ତା ମଝିରେ ଗର୍ଜିଲେ ସୋଫିଆ, କହିଲେ ମୁଖ୍ୟମନ୍ତ୍ରୀ କିଛି ଜାଣି ପାରୁ ନାହାନ୍ତି…

ଭୁବନେଶ୍ୱର,୨୭।୩: ରାଜଧାନୀରେ କଂଗ୍ରେସ କରିଛି ରଣହୁଙ୍କାର। କଂଗ୍ରେସର ଗର୍ଜନରେ ଉଠୁଛି ପଡୁଛି ରାଜଧାନୀ। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି। ବିଧାନସଭା ଆଗରେ ହାଇ ସିକ୍ୟୁରିଟି । ସମସ୍ତ ଗେଟ ବନ୍ଦ କରାଯିବା ସହ ତନ୍ନ ତନ୍ନ ଯାଞ୍ଚ କରୁଛନ୍ତି ପୋଲିସ ଅଧିକାରୀ । ସବୁ ଗେଟ ଆଗରେ ପୋଲିସ ଛାଉଣୀ । ଆନ୍ଦୋଳନକାରୀଙ୍କୁ ରୋକିବାକୁ ୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଏହାରି ଭିତରେ ପଦଯାତ୍ରାରେ କଂଗ୍ରେସର ବହୁ ବରିଷ୍ଠ ନେତା ଯୋଗ ଦେଇଛନ୍ତି। ଆନ୍ଦୋଳନବେଳେ କଂଗ୍ରେସ ନେତ୍ରୀ ସୋଫଇଆ ଫିର୍ଦ୍ଦୋସ ମୁଖ୍ୟମନ୍ତ୍ରୀଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିବୃତ୍ତିରେ ଆମେ ଆଶ୍ଚର୍ଯ୍ୟ ହୋଇଯାଇଛୁ। ସେ କହୁଛନ୍ତି, ‘କ’ଣ ହେଇଛି, କ’ଣ ଏମିତି ଘଟିଯାଇଛି’? ଆମେ ଏଥିପାଇଁ କହିବାକୁ ଚାହୁଁଛୁ ମୁଖ୍ୟମନ୍ତ୍ରୀ ଖବରକାଗଜ ଦେଖନ୍ତୁ, ଗ୍ରାଉଣ୍ଡକୁ ଯାଆନ୍ତୁ। ସାଧାରଣ ଲୋକ ଆପଣଙ୍କୁ ନିର୍ବାଚିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ପଦରେ ଖାଲି ବସିଗଲେ ହେବନି ଲୋକଙ୍କ ଅସୁବିଧା ବୁଝିବାକୁ ଗ୍ରାଉଣ୍ଡ ଲେଭଲକୁ ଯାଆନ୍ତୁ। ହେଲେ ଆପଣଙ୍କର ଆକ୍ରୋଶମୂଳକ ଭାବନା ରହିଛି। ଏହାର ଜବାବ ମହିଳାମାନେ ହିଁ ଆପଣଙ୍କୁ ଦେବେ। ଆପଣ ମହିଳାଙ୍କୁ ନ୍ୟାୟ ଦେଉନାହାନ୍ତି। ଆପଣ ତାଙ୍କୁ ଠକିଛନ୍ତି। ଚୁପ୍‌ ହୋଇ ବସିଗଲେ ହେବନି। ଆପଣ ଆମର ସ୍ବର ଚାପିବାକୁ ଚେଷ୍ଟା କରିଛନ୍ତି। ହେଲେ ଆମେ ନିଲମ୍ବିତ ନେତା ଚୁପ୍‌ ହୋଇ ବସିବୁନି।

ଆମର ଦାବି ହେଉଛି ରାଜ୍ୟରେ ଅପରାଧ କେମିତି କମିବ, ସୁରକ୍ଷା କମିଟି ଗଠନ କରାଯାଉ। ଯାହାଦ୍ୱାରା ମହିଳାଙ୍କୁ ସୁରକ୍ଷା ମିଳିପାରିବ। ସୁଭଦ୍ରା ଯୋଜନାରେ ଯେଉଁ ଠକିଛନ୍ତି, ମହିଳାଙ୍କୁ ଏଥିପାଇଁ ନ୍ୟାୟ ମିଳିବା ଦରକାର। ମହିଳାଙ୍କୁ ପ୍ରତିବର୍ଷ ୫୦ହଜାର ଟଙ୍କା ମିଳିବ କହି ଠକିଦେଇଛନ୍ତି। ସରକାର ଆମ ଉପରେ ଚାପ ପକାଇବାକୁ ଚାହୁଁଛନ୍ତି । ମହିଳାଙ୍କ ପାଇଁ ସ୍ୱର ଉଠାଇବା ଆମର କର୍ତ୍ତବ୍ୟ । ସରକାର ଭାବୁଛନ୍ତି ମହିଳାଙ୍କୁ ୨୭ ଟଙ୍କା ଦେଇ ପାଟି ଚୁପ୍‌ କରିଦେବେ । ମହିଳାଙ୍କ ପାଇଁ କିଛି କରିନି ଏ ସରକାର। ମହିଳା ସଶକ୍ତ ହେଲେ ହିଁ ସମାଜକୁ ସଠିକ୍‌ ଭାବେ ଗଢିପାରିବ। ସରକାର ଚାହିଁଲେ ଆମର ସ୍ବର ଚାପିବାକୁ ହେଲେ ସେମାନେ ଚାପି ପାରିଲେ ନାହିଁ। ହଜାର ହଜାର କର୍ମୀଙ୍କ ବିଶାଳ ସମୁଦ୍ର ମାଡିଆସିଛୁ। କଂଗ୍ରେସ ଆଗକୁ ଆହୁରି ସଶକ୍ତ ହେବ।

ତେବେ କଂଗ୍ରେସର ପଦଯାତ୍ରା ମଧ୍ୟରେ ପିସିସି ସଭାପତି ଭକ୍ତ ଦାସ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଆନ୍ଦୋଳନ ଆହୁରି ବ୍ୟାପକ ହେବ। ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଓ ମଲ୍ଲିକାର୍ଜ୍ଜୁନ ଖାର୍ଗେ ଆସିବେ। ଏହି ମହାସଂଗ୍ରାମ ଆହୁରି ବଡ଼ ହେବ। ଏହାରି ଭିତରେ ପିସିସି ସଭାପତି ଭକ୍ତ ଚରଣ ଦାସ ଏକ ଭିଡିଓ ବାର୍ତ୍ତା ଜାରିକରି କହିଛନ୍ତି, ଗୁରୁବାର ଆମେ ଶାନ୍ତି ଶୃଙ୍ଖଳାର ସହ ଆନ୍ଦୋଳନ କରିବୁ। ହେଲେ ଝାରସୁଗୁଡ଼ା ଥାନାରେ ଯୁବ କଂଗ୍ରେସ ସଭାପତିଙ୍କୁ ଅଟକାଯାଇଥିବା ନେଇ ଖବର ମିଳୁଛି। ପ୍ରଶାସନ ଓ ପୋଲିସ ସେ ଭୁଲ କରନ୍ତୁନାହିଁ। ଆପଣ ଶୃଙ୍ଖଳା ରକ୍ଷାକରନ୍ତୁ। ଆମକୁ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବାକୁ ଦିଅନ୍ତୁ। ଯଦି ପୋଲିସ ଏଭଳି ବାତାବରଣ ସୃଷ୍ଟିକରେ ତେବେ ବିଭିନ୍ନ ସ୍ଥାନରେ ବିଦ୍ରୋହ ଦେଖାଦେଇପାରେ। ଯେଉଁଠାରେ ପୋଲିସ କଂଗ୍ରେସ କର୍ମୀଙ୍କୁ ଅଟକାଉଛି କିମ୍ବା ହଇରାଣ ହରକତ କରୁଛି ସେଠାରେ କର୍ମୀମାନେ ହିଂସାର ପଥ ନ ଆପଣାଇ ସବୁ ଝଡ଼ଝଞ୍ଜା ସହି ତୁରନ୍ତ ସୂଚନା ଆମପାଖକୁ ପଠାନ୍ତୁ। ଆପଣମାନେ ସଂଘବଦ୍ଧ ଭାବେ ଏହି ଅନ୍ୟାୟର ମୁକାବିଲା କରିବେ। ଆଗକୁ ଅନେକ ପଥ ଯିବାର ରହିଛି, ଇଏତ ନାମକୁମାତ୍ର ବୋଲି ଭକ୍ତ କଂଗ୍ରେସ କର୍ମୀଙ୍କୁ ଅନୁରୋଧ କରି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri