Posted inଜାତୀୟ

ମୁଖ୍ୟମନ୍ତ୍ରୀ ହେବେ କଳ୍ପନା ସୋରେନ ! ରାଜନୈତିକ କଳ୍ପନାଜଳ୍ପନା ଆରମ୍ଭ…

ରାଞ୍ଚି,୩୦।୧ : ଦେଶର ନଜର ଏବେ ଝାଡଖଣ୍ଡର ରାଜନୀତି ଉପରେ ରହିଛି। ଏଠାରେ ସିଏମ ହେମନ୍ତ ସୋରେନଙ୍କ ବିରୋଧରେ ଇଡି ଚଢ଼ାଉ କରାଯାଉଛି। ଜମି ସ୍କାମ ମାମଲାରେ ଅର୍ଥ ହେରଫେର ମାମଲାରେ ଇଡି ତଦନ୍ତ ଚାଲିଛି। ତାଙ୍କୁ ଯେକୌଣସି ସମୟରେ ଗିରଫ କରାଯାଇପାରେ। ଏଭଳି ପରିସ୍ଥିତିରେ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି ମୁଖ୍ୟମନ୍ତ୍ରୀ ଗିରଫ ହେବା ପରେ ତାଙ୍କ ସ୍ତ୍ରୀ ଝାଡଖଣ୍ଡର ସିଂହାସନରେ ବସିବାକୁ ଯାଉଛନ୍ତି। ଗତ ଦୁଇ ଦିନ ଧରି ସିଏମ ହେମନ୍ତ ସୋରେନ ନିଖୋଜ ଥିଲେ। ପ୍ରକାଶ ଥାଉକି, ସିଏମଙ୍କ କାର୍ଯ୍ୟାଳୟ ଦ୍ୱାରା ଇଡି ପଚରାଉଚୁରାର ତାରିଖ ଘୋଷଣା ହେବା ପରେ ସେ ମଙ୍ଗଳବାର ରାଞ୍ଚିିରେ ପହଞ୍ଚିଥିଲେ। ଏହି ସମୟରେ ସେ ସିଏମ ବାସଭବନରେ ବିଧାୟକଙ୍କ ସହ ଏକ ବୈଠକ ମଧ୍ୟ କରିଥିଲେ।

କଳ୍ପନା ସୋରେନଙ୍କର ଏକ ବ୍ୟବସାୟୀ ପରିବାର ସହିତ ସମ୍ପର୍କ ଅଛି। ସେ ଓଡିଶାର ମୟୂରଭଞ୍ଜ ଜିଲା ଅନ୍ତର୍ଗତ ଏକ ବ୍ୟବସାୟ ପରିବାରର ଅଟନ୍ତି। ସେ ରାଞ୍ଚିରେ ଜନ୍ମଗ୍ରହଣ କରିଥିଲେ। ସେ ୧୯୭୬ ରେ ଜନ୍ମ ହୋଇଥିବା ବେଳେ ରାଞ୍ଚିରୁ ସ୍ନାତକ ହାସଲ କରିଥିଲେ। ସେ ବର୍ତ୍ତମାନ ଏକ ବିଦ୍ୟାଳୟ ପରିଚାଳନା କରୁଛନ୍ତି ।

୭ ଫେବୃଆରୀ ୨୦୦୬ରେ ସେ ହେମନ୍ତଙ୍କୁ ବିବାହ କରିଥିଲେ। ତାଙ୍କର ଦୁଇଟି ପୁଅ ଅଛନ୍ତି। ତାଙ୍କ ନାମ ପ୍ରଥମ ଥର ପାଇଁ ରାଜ୍ୟ ରାଜନୀତିରେ ଆସିଛି।

ହେମନ୍ତଙ୍କ ଗିରଫଦାରୀ ମଧ୍ୟରେ କଳ୍ପନାଙ୍କୁ ସିଏମ କରିବା ନେଇ ଆଲୋଚନା ତୀବ୍ର ହୋଇଛି। ଗାଣ୍ଡେୟ ଆସନରୁ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ବିଧାୟକ ସରଫରାଜ ଅହମ୍ମଦ ବ୍ୟକ୍ତିଗତ କାରଣରୁ ଡିସେମ୍ବର ୩୧ ରେ ହଠାତ ଇସ୍ତଫା ଦେଇଥିଲେ। ସେହି ଦିନଠାରୁ କଳ୍ପନାଙ୍କୁ ଏହି ଆସନରୁ ପ୍ରାର୍ଥୀନୀ କରାଯିବା ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ଚର୍ଚ୍ଚା ହେଉଥିଲା କଳ୍ପନାଙ୍କ ପାଇଁ ସରଫରାଜ ଇସ୍ତଫା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri