Posted inଜାତୀୟ

ଜେଲରେ ରାତି କାଟିବେ ସୋରେନ, ଆସନ୍ତା କାଲି ସ୍ବତନ୍ତ୍ର କୋର୍ଟ ଦେବେ ରାୟ

ନୂଆଦିଲ୍ଲୀ,୧।୨: ଜମି ଘୋଟାଲା ମାମଲାରେ ଜଡିତଥିବା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ନ୍ୟାୟିକ ହେପାଜତକୁ ଆଉ ଗୋଟିଏ ଦିନ ବୃଦ୍ଧି କରାଯାଇଛି। ହେମନ୍ତ ସୋରେନ ଗୋଟିଏ ଦିନ ପାଇଁ ଜେଲରେ ରାତି କଟାଇବେ। ତାଙ୍କୁ ହୋଟୱାର ଜେଲକୁ ନିଆଯିବ। ଏଥିପାଇଁ ସେ ସଂଘର୍ଷ ଜାରି ରଖିବେ ବୋଲି କହିଛନ୍ତି। ସେ କହିଛନ୍ତି ମୁଁ ଲଢେଇ ଜାରି ରଖିବି ଓ ଜିତିବି। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ତାଙ୍କୁ ସ୍ବତନ୍ତ୍ର କୋର୍ଟରେ ଉପସ୍ଥାପନ କରି ୧୦ ଦିନର ରିମାଣ୍ଡ ମାଗିଥିଲେ। ପିଏମଏଲଏର ସ୍ବତନ୍ତ୍ର କୋର୍ଟ ରିମାଣ୍ଡ ଆବେଦନ ଉପରେ ଶୁଣାଣି ଶେଷ କରି ଏହାର ନିଷ୍ପତ୍ତି ସଂରକ୍ଷିତ ରଖିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ରିମାଣ୍ଡ ଆବେଦନ ଉପରେ କୋର୍ଟ ଏହାର ରାୟ ପ୍ରଦାନ କରିବେ। ଏହାପୂର୍ବରୁ, ସୁରକ୍ଷା ମଧ୍ୟରେ ଇଡି ଟିମ ତାଙ୍କ ସହ ସ୍ବତନ୍ତ୍ର କୋର୍ଟରେ ପହଞ୍ଚିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ସୋରେନ କୋର୍ଟ ସମ୍ମୁଖରେ ମୁଣ୍ଡ ନୁଆଁଇଥିଲେ। ଏଥିସହିତ ସେ ହାତ ହଲାଇ ଜନସାଧାରଣଙ୍କୁ ଅଭିବାଦନ ଜଣାଇଥିଲେ। ତାଙ୍କ ସମର୍ଥକମାନେ କୋର୍ଟ ପରିସରରେ ହେମନ୍ତ ସୋରେନ ଜିନ୍ଦବାଦର ସ୍ଲୋଗାନ ମଧ୍ୟ ଦେଇଥିଲେ।

ଏହି ସମୟରେ ରାଜ୍ୟରେ ରାଜନୈତିକ ଅସ୍ଥିରତା ମଧ୍ୟରେ ରାଜ୍ୟପାଳ ଝାଡ଼ଖଣ୍ଡ ବିଧାୟକ ଦଳର ନେତା ଚମ୍ପଇ ସୋରେନଙ୍କୁ ସନ୍ଧ୍ୟା ୫ଟା ୩୦ରେ ରାଜ ଭବନକୁ ଡାକିଛନ୍ତି। ୫ଜଣ ଜେଏମଏମ ବିଧାୟକ ରାଜ୍ୟପାଳଙ୍କୁ ଭେଟିବେ। ବୁଧବାର ହେମନ୍ତ ସୋରେନ ଗିରଫ ହେବାର ଠିକ ପୂର୍ବରୁ ଚମ୍ପଇ ସୋରେନ ବିଧାୟକ ଦଳର ନେତା ଭାବରେ ନିର୍ବାଚିତ ହୋଇଥିଲେ। ଏହା ପରେ ଚମ୍ପଇ ଗୁରୁବାର ରାଜ୍ୟପାଳଙ୍କୁ ଭେଟିବା ପାଇଁ ସମୟ ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri