Posted inଜାତୀୟ

ସୋରେନଙ୍କ ‘ଲାଲୁ ସୂତ୍ର’

୧୯୯୭ରେ ବହୁଚର୍ଚ୍ଚିତ ଗୋଖାଦ୍ୟ ଦୁର୍ନୀତି ମାମଲାରେ ବିହାରର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଚୌକି ଛାଡ଼ିବାକୁ ପଡ଼ିଥିଲା। ଲାଲୁଙ୍କ ଇସ୍ତଫା ପରେ ତାଙ୍କ ସ୍ତ୍ରୀ ରାବ୍ରି ଦେବୀ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାର ୨୬ ବର୍ଷ ପରେ ପଡ଼ୋଶୀ ଝାଡ଼ଖଣ୍ଡରେ ସମ୍ଭବତଃ ଅନୁରୂପ ଘଟଣାକ୍ରମ ଦେଖିବାକୁ ମିଳିପାରେ। କାରଣ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଜମି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି।

ରାଞ୍ଚି/ନୂଆଦିଲ୍ଲୀ,୩୧ା୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଗିରଫଦାରି ଭୟରେ ନିଖୋଜ ହୋଇଯାଇଥିବା ଭାଜପା ସମାଲୋଚନା କରୁଥିବାବେଳେ ସେ ମଙ୍ଗଳବାର ରାଞ୍ଚତ୍ରେ ଦର୍ଶନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ସୋରେନ୍‌ଙ୍କ ପ୍ରଥମ ପଦକ୍ଷେପ ଥିଲା ଶାସକ ମେଣ୍ଟର ବିଧାୟକମାନଙ୍କୁ ଭେଟିବା। ଉକ୍ତ ବୈଠକରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା ସ୍ତ୍ରୀ କଳ୍ପନା ସୋରେନ୍‌ଙ୍କ ଉପସ୍ଥିତି।
ଜମି ଦୁର୍ନୀତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ଜଡ଼ିତ ହେମନ୍ତ ସୋରେନ୍‌ଙ୍କ ସ୍ତ୍ରୀ କଳ୍ପନା ସୋରେନ୍‌ଙ୍କୁ ଜେଏମ୍‌ଏମ୍‌ ମୁଖ୍ୟମନ୍ତ୍ରୀ କରିବାକୁ ଯାଉଛି ବୋଲି ଝାଡ଼ଖଣ୍ଡର ଗୋଡ୍ଡାରୁ ପ୍ରତିନିଧିତ୍ୱ କରୁଥିବା ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଅଭିଯୋଗ ଆଣିଥିଲେ। ଏନେଇ ଗଣମାଧ୍ୟମ ପକ୍ଷରୁ ସୋରେନ୍‌ଙ୍କୁ ପ୍ରଶ୍ନ କରାଯିବାରୁ ସେ କହିଥିଲେ, ଆପଣମାନଙ୍କୁ ମୁଁ ଖୁବ୍‌ଶୀଘ୍ର ସବୁ କିଛି କହିବି। ତେବେ ସୋରେନ୍‌ଙ୍କ ଏଭଳି କୌଣସି ଯୋଜନା ଥିବା ବିଷୟରେ ଜାଣି ନ ଥିବା ସହଯୋଗୀ କଂଗ୍ରେସ ବିଧାୟକମାନେ କହିଛନ୍ତି। ଅନ୍ୟପକ୍ଷେ ସୋରେନ୍‌ ଓ ତାଙ୍କ ସ୍ତ୍ରୀ ବୈଠକରେ ବିଧାୟକମାନଙ୍କୁ ଭେଟୁଥିବା ବେଳର ଦୃଶ୍ୟ ଟିଭିରେ ଦେଖିବାକୁ ମିଳିଛି। ଏହି ଘଟଣା ୨୬ ବର୍ଷ ତଳର ବିହାର ରାଜନୈତିକ ଘଟଣାକ୍ରମ ସ୍ମୃତିକୁ ଉଜ୍ଜୀବିତ କରିଛି। ୧୯୯୭ରେ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଛନ୍ଦି ହୋଇଯିବା ପରେ ବିହାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ବାଧ୍ୟ ହୋଇଥିଲେ। ଇସ୍ତଫା ଦେବା ପରେ ତାଙ୍କ ସମର୍ଥକମାନେ ସ୍ଲୋଗାନ ଦେଇଥିଲେ ‘ରାବ୍ରି ଦେବୀ ଜିନ୍ଦାବାଦ’ । ଲାଲୁ ପଦ ଛାଡ଼ିଥିଲେ ବି ରାଜ୍ୟର ଅସଲ କ୍ଷମତା ତାଙ୍କ ହାତରେ ରହିଥିଲା। ହେମନ୍ତ ସୋରେନ୍‌ ଲାଲୁଙ୍କ ସୂତ୍ର ଆପଣାଇ ନିଜ ସ୍ତ୍ରୀ କଳ୍ପନାଙ୍କୁ ମୁଖ୍ୟମନ୍ତ୍ରୀ ଆସନରେ ବସାଇବେ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। ୪୮ ବର୍ଷୀୟା କଳ୍ପନା ହେଉଛନ୍ତି ଜଣେ ଓଡ଼ିଆ। ୧୯୭୬ରେ ମୟୂରଭଞ୍ଜ ଜିଲାରେ ଜନ୍ମିତ କଳ୍ପନା ୨୦୦୬ରେ ହେମନ୍ତ ସୋରେନ୍‌ଙ୍କୁ ବିବାହ କରିଥିଲେ। ବର୍ତ୍ତମାନ ସେ ରାଞ୍ଚତ୍ରେ ଏକ ପ୍ଲେ ସ୍କୁଲ ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri