ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ ଟ୍ରକ୍ ଛାଡ଼ିବା ପାଇଁ ଲାଞ୍ଚ ନେଉଥିବା ବେଳେ ସେ ଧରାପଡ଼ିଛନ୍ତି।

ଗୁରୁବାର ଅପରାହ୍ନରେ ସୋର ତହସିଲଦାର ଦୈତାରୀ ମଲ୍ଲିକ ଏବଂ ତାଙ୍କ ସହଯୋଗୀ ଦୟାନିଧି ଜେନାଙ୍କୁ ଭିଜିଲାନ୍ସ ଟିମ୍ କାବୁ କରିଛି। ଜଣେ ଟ୍ରକ୍ ମାଲିକଙ୍କ ଠାରୁ ୪୦,୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ସମୟରେ ଏହି ଚଢ଼ାଉ କରାଯାଇଥିଲା

ତହସିଲଦାର ମଲ୍ଲିକ ଗତ ୧୧ ଫେବୃଆରୀରୁ ପଥର ବୋଝେଇ ୫ଟି ଟ୍ରକକୁ ଅଟକ ରଖିଥିଲେ। ଏହି ଟ୍ରକ୍‌ଗୁଡ଼ିକୁ ଖଣି ବିଭାଗକୁ ହସ୍ତାନ୍ତର ନ କରିବା ଏବଂ ମୋଟା ଅଙ୍କର ଜୋରିମାନାରୁ ବଞ୍ଚାଇବା ପାଇଁ ସେ ୧ ଲକ୍ଷ ଟଙ୍କା ଲାଞ୍ଚ ଦାବି କରିଥିଲେ। ଟ୍ରକ୍ ମାଲିକ ଏତେ ଟଙ୍କା ଦେବାକୁ ଅସମର୍ଥ ପ୍ରକାଶ କରିବାରୁ, ମୂଲଚାଲ ପରେ ୪୦,୦୦୦ ଟଙ୍କାକୁ କମାଯାଇଥିଲା।

ଏ ନେଇ ଟ୍ରକ୍ ମାଲିକ ଭିଜିଲାନ୍ସକୁ ସୂଚନା ଦେଇଥିଲେ। ଗୁରୁବ୍ର ନିଜ ସହଯୋଗୀଙ୍କ ଜରିଆରେ ଲାଞ୍ଚ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଉଭୟଙ୍କୁ ଧରିଥିଲା। ଉଭୟଙ୍କ ନିକଟରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।

ଗିରଫ ପରେ ତହସିଲଦାର ଦୈତାରୀ ମଲ୍ଲିକଙ୍କ ସମ୍ପତ୍ତିର ଯାଞ୍ଚ ପାଇଁ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ତଲାସି କରାଯାଉଛି।

ଏହି ମାମଲାରେ ବାଲେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ କରାଯାଇଛି। ବର୍ତ୍ତମାନ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri