Posted inଜାତୀୟ

ଥମୁନି ‘ସୋରୋସ୍‌’ ଚର୍ଚ୍ଚା

ନୂଆଦିଲ୍ଲୀ,୨୦ା୨: ଭାରତର ଗଣତନ୍ତ୍ର ଉପରେ ବିଲିୟନେୟାର୍‌ ବିଜ୍‌ନେସ୍‌ମ୍ୟାନ୍‌ ଜର୍ଜ ସୋରୋସ୍‌ଙ୍କ ମନ୍ତବ୍ୟ ଦେଶରେ ବିତର୍କ ସୃଷ୍ଟି କରିଛି। ଜର୍ମାନୀର ମ୍ୟୁନିକ୍‌ ସୁରକ୍ଷା ସମ୍ମିଳନୀରେ ସୋରୋସ୍‌ କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣତନ୍ତ୍ର ସପକ୍ଷବାଦୀ ନୁହନ୍ତି। ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ସହ ମୋଦିଙ୍କ ସମ୍ପର୍କକୁ ନେଇ ମଧ୍ୟ ସେ ପ୍ରଶ୍ନ ଉଠାଇଥିଲେ। ଇତିମଧ୍ୟରେ ସୋରୋସ୍‌ଙ୍କ ମନ୍ତବ୍ୟକୁ ନେଇ କେନ୍ଦ୍ରର କ୍ୟାବିନେଟ୍‌ ମନ୍ତ୍ରୀମାନେ କଡ଼ା ଜବାବ ଦେବା ପାଇଁ ଆଗେଇ ଆସିଛନ୍ତି। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ସୋରୋସ୍‌ଙ୍କୁ ଜଣେ ଆର୍ଥିକ ଯୁଦ୍ଧ ଅପରାଧୀ ଭାବେ ଅଭିହିତ କରିଥିବାବେଳେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ତାଙ୍କୁ ବୃଦ୍ଧ, ଧନୀ, କୁହାଳିଆ ଓ ବିପଜ୍ଜନନ ବ୍ୟକ୍ତି ବୋଲି ସମାଲୋଚନା କରିଛନ୍ତି।

ଭୂରାଜନୈତିକ ବିଶେଷଜ୍ଞ ଅଭିଜିତ ଆୟର ମିତ୍ରଙ୍କ ମତରେ ମୋଦିଙ୍କ ସହ ଆଦାନୀଙ୍କ ସମ୍ପର୍କ ତୁଳନାରେ ସୋରୋସ୍‌ଙ୍କ ସହ କଂଗ୍ରେସର ଅଧିକ ସମ୍ପର୍କ ରହିଛି। ଆମେରିକୀୟ ଶର୍ଟ ସେଲର୍‌ ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଆଦାନୀ ଗ୍ରୁପ୍‌ ବିରୋଧରେ ଷ୍ଟକ୍ସ ଓ ଆକାଉଣ୍ଟସ୍‌ ହେରଫେର ନେଇ ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରଘଟ କରିଥିଲା। କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଏହାର ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ଦାବିରେ ଅଡ଼ିବସିଥିବାବେଳେ ଶୁକ୍ରବାର ମ୍ୟୁନିକ୍‌ ସିକ୍ୟୁରିଟି କନ୍‌ଫରେନ୍ସ (ଏମ୍‌ଏସ୍‌ସି-୨୦୨୩)ରେ ୯୨ ବର୍ଷୀୟ ସୋରୋସ୍‌ କହିଥିଲେ, ଆଦାନୀ ଗ୍ରୁପ୍‌କୁ ନେଇ ବିଦେଶୀ ନିବେଶକଙ୍କ ପ୍ରଶ୍ନ ଏବଂ ଭାରତୀୟ ପାର୍ଲାମେଣ୍ଟରେ ଆସିଥିବା ଅଭିଯୋଗଗୁଡ଼ିକର ଉତ୍ତର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେବାକୁ ପଡ଼ିବ। ଅନ୍ୟପକ୍ଷେ ସୋରୋସ୍‌ଙ୍କ ଅବାଞ୍ଛିତ ମନ୍ତବ୍ୟ ଭାରତୀୟ ଗଣତନ୍ତ୍ରକୁ ଦୁର୍ବଳ କରିବା ପାଇଁ ଉଦ୍ଦିଷ୍ଟ ବୋଲି ଭାଜପା ଜବାବ ଦେଇଛି। ସ୍ମରଣଯୋଗ୍ୟ, ୨୦୧୯ ସେପ୍ଟେମ୍ବର ୨୨ରେ ଆମେରିକାର ଟେକ୍ସାସ୍‌ ଇଣ୍ଡିଆ ଫୋରମ୍‌ ପକ୍ଷରୁ ଆୟୋଜିତ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ମୋଦି ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସପକ୍ଷରେ ପ୍ରଚାର କରିଥିଲେ।

ମୋଦି ‘ଅବ୍‌ କୀ ବାର୍‌ ଟ୍ରମ୍ପ୍‌ ସରକାର’ ସ୍ଲୋଗାନ ଦେଇ ଆମେରିକାରେ ବସବାସ କରୁଥିବା ଭାରତୀୟ ଭୋଟରଙ୍କୁ ପ୍ରଭାବିତ କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପ୍‌ଙ୍କୁ ପରାଜୟର ମୁହଁ ଦେଖିବାକୁ ପଡ଼ିଥିଲା। ଯଦି ମୋଦି ଆମେରିକା ରାଜନୀତିରେ ହସ୍ତକ୍ଷେପ କରିପାରୁଛନ୍ତି ତେବେ ସୋରୋସ୍‌ ଭାରତୀୟ ରାଜନୀତି ଓ ଗଣତନ୍ତ୍ର ଉପରେ ମନ୍ତବ୍ୟ ଦେବା ଆଦୌ ଅବାଞ୍ଛିତ ନୁହେଁ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri