ସୌଭାଗ୍ୟ ସ୍ବାଇଁଙ୍କୁ ଭୁବନ ଥାନା ଦାୟିତ୍ୱ

ଭୁବନ, ୪ା୭(ଡି.ଏନ୍‌.ଏ.):  ଭୁବନ ଥାନାର ନୂତନ ଅଧିକାରୀ ଭାବେ ରବିବାର କାର୍ଯ୍ୟରେ ଯୋଗଦେଇଛନ୍ତି ସୌଭାଗ୍ୟ ସ୍ବାଇଁ। ଏଥିପୂର୍ବରୁ ସେ ପରଜଙ୍ଗ ଥାନାଧିକାରୀ ଭାବେ କାର୍ଯ୍ୟରତ ଥିଲେ। ଅପରାଧ ଦମନ, ଏଥିରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିରେ ଅଞ୍ଚଳବାସୀଙ୍କ ସହଯୋଗ ଲୋଡ଼ା ବୋଲି ନୂତନ ଥାନାଧିକାରୀ ଆଶାବ୍ୟକ୍ତ କରିଛନ୍ତି। ସେହିପରି ଏଠାରେ କାର୍ଯ୍ୟରତ ଥାନାଧିକାରୀ ପ୍ରଶାନ୍ତ କୁମାର ପାତ୍ରଙ୍କ ପରଜଙ୍ଗ ଥାନାକୁ ବଦଳି ହୋଇଛି। ଏହି ଅବସରରେ ଉଭୟ ନୂତନ ଏବଂ ବିଦାୟୀ ଆଇଆଇସିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କାମାକ୍ଷାନଗର ଏସ୍‌ଡିପିଓ ରଞ୍ଜନ କୁମାର ଦେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଭୁବନ ଥାନା, ସୁରପ୍ରତାପପୁର ଫାଣ୍ଡିର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଏଏସ୍‌ଆଇ ପ୍ରଦୀପ କୁମାର ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri