ସୌଦାମିନୀ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରି ଜିଲାପାଳଙ୍କ କାର୍ଯ୍ୟଳୟ ଘେରାଉ

ଗଜପତି,୨୫।୪(ଡି.ଏନ.ଏ): ଗଜପତି ଜିଲା ନବୋଦୟ ଛାତ୍ରୀ ସୌଦାମିନୀ ରୋଇତ ମୃତ୍ୟୁ ଘଟଣାର ୬୫ ଦିନ ପରେ ମଧ୍ୟ ପୋଲିସ ଘଟଣାର ତଦନ୍ତ କରି ଦୋଷୀଙ୍କୁ ଚିହ୍ନଟ କରିବାରେ ବିଫଳ ହୋଇଛି। ଏହି ଅଭିଯୋଗରେ ମୃତ ଛାତ୍ରୀ ସୌଦାମିନୀଙ୍କ ପରିବାର ଲୋକଙ୍କୁ ସମର୍ଥନ ଜଣାଇ ମାର୍କସବାଦୀ କମ୍ୟୁନିଷ୍ଟ ତରଫରୁ ପାରଳାଖେମୁଣ୍ଡି ବସଷ୍ଟାଣ୍ଡ ନିକଟରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଛି। ପରେ ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ମୃତ ଛାତ୍ରୀଙ୍କ ପରିବାରକୁୁ ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବା ସହ ପରିବାରର ଜଣେ ସଦସ୍ୟଙ୍କୁ ଚାକିରି ଦିଆଯାଉ ବୋଲି ସେ ଦାବି କରିଛନ୍ତି। ଏଥିସହ ଘଟଣାର ତଦନ୍ତ କରି ସ୍କୁଲ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସେ କହିଛନ୍ତି। ପୋଲିସର ତଦନ୍ତ ପ୍ରକ୍ରିୟା ଉପରେ ମୃତ ଛାତ୍ରୀଙ୍କ ପରିବାର ଲୋକେ ସମ୍ପୂର୍ଣ୍ଣ ଆସ୍ଥା ହରାଇଛନ୍ତି। ତେଣୁ ବର୍ତ୍ତମାନ ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଉ ବୋଲି ମଧ୍ୟ ଦାବି ରଖାଯାଇଛି। ଦାବି ନ ଶୁଣିବା ଯାଏ ସିପିଏମ ପାର୍ଟି ଓ ସୌଦାମିନୀଙ୍କ ପରିବାର ଅର୍ନିଦ୍ଧିଷ୍ଟ କାଳ ପଯ୍ୟନ୍ତ ଆନ୍ଦୋଳନ ଜାରି ରଖିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri