ପୂର୍ବ ଶତ୍ରୁତାରୁ ସୋଲ କାରିଗରଙ୍କୁ ହତ୍ୟା

ପୁରୀ ଅଫିସ,୨୬।୭: ପୁରୀରେ ଦିନକୁ ଦିନ ଆପରାଧିକ କାର୍ଯ୍ୟକଳାପ ବଢିବାରେ ଲାଗିଛି। ରବିବାର ବାସେଳି ସାହି ଥାନା ଅନ୍ତର୍ଗତ ବଡ଼ପୋଖରୀ ଜାଗା ନିକଟରେ ଜଣେ ସୋଲ କାରିଗରଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ବାସେଳିସାହି ଥାନା ଅଧୀନ ବଡ଼ଓଡ଼ିଆ ମଠ ଅଞ୍ଚଳର ଜିତେନ୍ଦ୍ର ପୁରୋହିତ(୪୦)। ଏ ନେଇ ପୋଲିସ ଏକ କେସ୍‌ (ନଂ. ୧୩୧/୨୧) ରୁଜୁ କରି ତଦନ୍ତ ଜାରି ରଖିଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି।
ସୂଚନା ଅନୁଯାୟୀ, ଜିତେନ୍ଦ୍ର କୌଣସି କାମ ପାଇଁ ରବିବାର ସନ୍ଧ୍ୟାରେ ବଡପୋଖରୀ ଜାଗା ନିକଟକୁ ଯାଇଥିଲେ। ତେବେ ପୂର୍ବରୁ ସେଠାରେ ଜଗି ରହିଥିବା ୪/୫ଜଣ ଦୁର୍ବୃତ୍ତ ତାଙ୍କୁ ଘେରିଯାଇ ଖଣ୍ଡା ଓ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଜିତେନ୍ଦ୍ର ଚିତ୍କାର କରିବା ସହ ରକ୍ତାକ୍ତ ଅବସ୍ଥାରେ ତଳେ ପଡ଼ିଯାଇଥିଲେ। ଏହାପରେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ। ଅଞ୍ଚଳବାସୀଙ୍କଠାରୁ ଏହି ଖବର ପାଇ ଏସ୍‌ପି କନଓ୍ବର ବିଶାଲ ସିଂ, ସିଟି ଡିଏସ୍‌ପି ଜନାର୍ଦ୍ଦନ ପାଢୀ ଏବଂ ବାସେଳିସାହି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଜିତେନ୍ଦ୍ରଙ୍କୁ ମେଡିକାଲ ପଠାଇବା ସହ ତଦନ୍ତ କରିଥିଲେ। ତେବେ ସେଠାରେ ଡାକ୍ତର ଜିତେନ୍ଦ୍ରଙ୍କୁ ମୃତ ଘୋଷଣା କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ସୋମବାର ବ୍ୟବଚ୍ଛେଦ ରିପୋର୍ଟ ମିଳିବ। ଅନ୍ୟପକ୍ଷରେ ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଖୁବ୍‌ଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି ସିଟି ଡିଏସ୍‌ପି କହିଛନ୍ତି। ପୂର୍ବରୁ ଜିତେନ୍ଦ୍ରଙ୍କ ପରିବାର ଓ ସ୍ଥାନୀୟ ଅଞ୍ଚଳର କେତେଜଣ ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏ ନେଇ ସେତେବେଳେ ଥାନାରେ ଅଭିଯୋଗ କରାଯାଇଥିଲା। ସେହି ଘଟଣାର ପ୍ରତିଶୋଧ ନେବାକୁ ଅଭିଯୁକ୍ତମାନେ ଜିତେନ୍ଦ୍ରଙ୍କୁ ଆକ୍ରମଣ କରିଛନ୍ତି ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?