ସୌମ୍ୟାଶ୍ରୀ ରୁମ୍‌ମେଟ୍‌ଙ୍କ ବଡ଼ ଖୁଲାସା, ଅସଲ କଥା କହିଦେଲେ, ଏବେ ଜଣାପଡିବ ସବୁ…

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ବିଜେଡି କର୍ମୀ ଆନ୍ଦୋଳନ କରୁଥିବାବେଳେ ଆଜି କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ସୌମ୍ୟାଶ୍ରୀଙ୍କ ରୁମ୍‌ମେଟ୍‌ ଚାଞ୍ଚଳ୍ୟକର ଖୁଲାସା କରିଛନ୍ତି। ସେ କହିଛନ୍ତି, ପୂର୍ବ ରାତିରେ ସେ ନ ଖାଇ ବିଚଳିତ ଥିଲେ, କାନ୍ଦୁଥିଲେ। ରାତି ୩ଟା ପର୍ଯ୍ୟନ୍ତ ବି ସେ ଶୋଇ ନ ଥିଲେ, ଚାପରେ ଥିଲେ। ତାଙ୍କୁ ସାର୍‌ ପରୀକ୍ଷାରୁ ବଞ୍ଚିତ କରିଥିବାରୁ ପୂରା ଚାପରେ ଥିଲେ। ୯ ଜଣଙ୍କୁ ନୋଟିସ ହେଲା, ମାତ୍ର ପରୀକ୍ଷାରୁ ଏକା ବଞ୍ଚିତ ହୋଇଥିଲେ ସୌମ୍ୟାଶ୍ରୀ। ଘରେ ଜଣାଇବାକୁ ବାରମ୍ବାର କହି ଆସୁଥିଲି। ବଡ଼ କଥା ହେଲା, ଯିଏ ସମସ୍ତଙ୍କୁ ବୁଝାଉଥିଲା, ସେ ଏମିତି କେମିତି କରିପାରିବ?’ସେ ଯେ ଏପରି କାମ କରିଥିବ ମୁଁ ବିଶ୍ୱାସ କରିପାରୁ ନାହିଁ। ଅତ୍ୟଧିକ ଚାପରେ ଥିଲା, କିମ୍ବା ଏହା ଏକ ପ୍ରି ପ୍ଲାନ୍‌। କଲେଜରୁ ଆସିଲେ ଖାଇବା ଆଣିବ ବୋଲି କହିଥିଲା। ହେଲେ ଆତ୍ମହତ୍ୟା କରିପାରିବ କି। ଘଟଣାର ସଠିକ ତଦନ୍ତ ହେଲେ ସବୁ ସତ୍ୟ ପଦାକୁ ଆସି ପାରିବ ବୋଲି କହିଛନ୍ତି ସୌମ୍ୟାଶ୍ରୀ ରୁମ୍‌ମେଟ୍‌।

ଅନ୍ୟପଟେ, ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି। FM କଲେଜ ପରିସରକୁ ଯାଇ ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ ଟିମ। ଆଇଜି ଏସ ସାଇନି ଓ ତଦନ୍ତକାରୀ ଅଧିକାରୀ ପହଞ୍ଚିଛନ୍ତି। ସମସ୍ତ ଦିଗକୁ ନେଇ ତଦନ୍ତ କରାଯିବ ବୋଲି କହିଛି କ୍ରାଇମବ୍ରାଞ୍ଚ ।

ସେପଟେ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ କଂଗ୍ରେସ ଆଜି ସାରା ରାଜ୍ୟରେ ଓଡ଼ିଶା ବନ୍ଦ ଡାକରା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?