ଭୁବନେଶ୍ୱର,୯ା୯(ଅନିଲ ଦାସ): ବିଜେଡିର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ପରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଶୁକ୍ରବାର ଗଣମାଧ୍ୟମକୁ ସେ କହିଛନ୍ତି, ସୌମ୍ୟବାବୁ ଦଳ ବିରୋଧୀ କାର୍ଯ୍ୟ କରୁଛନ୍ତି। ସେ ଦଳକୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଟାର୍ଗେଟ୍ କରି ବାରମ୍ବାର ଲେଖୁଛନ୍ତି। ଏହା ଆଦୌ ଗ୍ରହଣୀୟ ନୁହେଁ, ସାଧାରଣ ଲୋକେ ଏହାକୁ ଗ୍ରହଣ କରିବେ ନାହିଁ। ଦଳରେ ରହି ବ୍ଲାକ୍ମେଲିଂ କରିବାକୁ ଉଦ୍ୟମ କରୁଛନ୍ତି। ବ୍ଲାକ୍ମେଲିଂକୁ ଆୟୁଧ କରି ସେ ଲକ୍ଷ୍ୟସ୍ଥଳରେ ପହଞ୍ଚିପାରିବେ ନାହିଁ। ସେ କେତେଥର ଦଳ ବଦଳାଇଛନ୍ତି ତାହା ସମସ୍ତେ ଜାଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ସାରା ରାଜ୍ୟ ଗସ୍ତ କଲା, ଲୋକଙ୍କ ଅଭିଯୋଗର ସମାଧାନ ହେଲା, ଏଥିରେ ଅସୁବିଧା କ’ଣ ବୋଲି ଅତନୁ କହିଛନ୍ତି। ବ୍ଲାକ୍ମେଲିଂ କରିବା କିମ୍ବା ରାଜନୈତିକ ସଂକୀର୍ଣ୍ଣତାକୁ ନେଇ ଚାଲିବା ଠିକ୍ ନୁହେଁ। ଦଳରେ ରହି ଦଳ ବିରୋଧୀ ମନ୍ତବ୍ୟ ଦେବା, ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରି ଲେଖିବା ଆଦୌ ଗ୍ରହଣୀୟ ନୁହେଁ। ଏହା ଦଳ ବିରୋଧୀ କାର୍ଯ୍ୟ। କିନ୍ତୁ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆ ହେବ ନା ନାହିଁ ତାହା ଦଳର ସଭାପତି ନିଷ୍ପତ୍ତି ନେବେ ବୋଲି ଅତନୁ କହିଛନ୍ତି।
ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
ଅଚାନକ ଦିଲ୍ଲୀ ଟିମ୍ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…
ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...
୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video
ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
Archives


