ଦଳରେ ରହି ସୌମ୍ୟବାବୁ ବ୍ଲାକ୍‌ମେଲିଂ କରୁଛନ୍ତି: ଅତନୁ

ଭୁବନେଶ୍ୱର,୯ା୯(ଅନିଲ ଦାସ): ବିଜେଡିର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ପରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଶୁକ୍ରବାର ଗଣମାଧ୍ୟମକୁ ସେ କହିଛନ୍ତି, ସୌମ୍ୟବାବୁ ଦଳ ବିରୋଧୀ କାର୍ଯ୍ୟ କରୁଛନ୍ତି। ସେ ଦଳକୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଟାର୍ଗେଟ୍‌ କରି ବାରମ୍ବାର ଲେଖୁଛନ୍ତି। ଏହା ଆଦୌ ଗ୍ରହଣୀୟ ନୁହେଁ, ସାଧାରଣ ଲୋକେ ଏହାକୁ ଗ୍ରହଣ କରିବେ ନାହିଁ। ଦଳରେ ରହି ବ୍ଲାକ୍‌ମେଲିଂ କରିବାକୁ ଉଦ୍ୟମ କରୁଛନ୍ତି। ବ୍ଲାକ୍‌ମେଲିଂକୁ ଆୟୁଧ କରି ସେ ଲକ୍ଷ୍ୟସ୍ଥଳରେ ପହଞ୍ଚିପାରିବେ ନାହିଁ। ସେ କେତେଥର ଦଳ ବଦଳାଇଛନ୍ତି ତାହା ସମସ୍ତେ ଜାଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ସାରା ରାଜ୍ୟ ଗସ୍ତ କଲା, ଲୋକଙ୍କ ଅଭିଯୋଗର ସମାଧାନ ହେଲା, ଏଥିରେ ଅସୁବିଧା କ’ଣ ବୋଲି ଅତନୁ କହିଛନ୍ତି। ବ୍ଲାକ୍‌ମେଲିଂ କରିବା କିମ୍ବା ରାଜନୈତିକ ସଂକୀର୍ଣ୍ଣତାକୁ ନେଇ ଚାଲିବା ଠିକ୍‌ ନୁହେଁ। ଦଳରେ ରହି ଦଳ ବିରୋଧୀ ମନ୍ତବ୍ୟ ଦେବା, ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରି ଲେଖିବା ଆଦୌ ଗ୍ରହଣୀୟ ନୁହେଁ। ଏହା ଦଳ ବିରୋଧୀ କାର୍ଯ୍ୟ। କିନ୍ତୁ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆ ହେବ ନା ନାହିଁ ତାହା ଦଳର ସଭାପତି ନିଷ୍ପତ୍ତି ନେବେ ବୋଲି ଅତନୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri