ଭୁବନେଶ୍ୱର,୯ା୯(ଅନିଲ ଦାସ): ବିଜେଡିର ବରିଷ୍ଠ ନେତା ତଥା ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ପରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଶୁକ୍ରବାର ଗଣମାଧ୍ୟମକୁ ସେ କହିଛନ୍ତି, ସୌମ୍ୟବାବୁ ଦଳ ବିରୋଧୀ କାର୍ଯ୍ୟ କରୁଛନ୍ତି। ସେ ଦଳକୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଟାର୍ଗେଟ୍ କରି ବାରମ୍ବାର ଲେଖୁଛନ୍ତି। ଏହା ଆଦୌ ଗ୍ରହଣୀୟ ନୁହେଁ, ସାଧାରଣ ଲୋକେ ଏହାକୁ ଗ୍ରହଣ କରିବେ ନାହିଁ। ଦଳରେ ରହି ବ୍ଲାକ୍ମେଲିଂ କରିବାକୁ ଉଦ୍ୟମ କରୁଛନ୍ତି। ବ୍ଲାକ୍ମେଲିଂକୁ ଆୟୁଧ କରି ସେ ଲକ୍ଷ୍ୟସ୍ଥଳରେ ପହଞ୍ଚିପାରିବେ ନାହିଁ। ସେ କେତେଥର ଦଳ ବଦଳାଇଛନ୍ତି ତାହା ସମସ୍ତେ ଜାଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ସାରା ରାଜ୍ୟ ଗସ୍ତ କଲା, ଲୋକଙ୍କ ଅଭିଯୋଗର ସମାଧାନ ହେଲା, ଏଥିରେ ଅସୁବିଧା କ’ଣ ବୋଲି ଅତନୁ କହିଛନ୍ତି। ବ୍ଲାକ୍ମେଲିଂ କରିବା କିମ୍ବା ରାଜନୈତିକ ସଂକୀର୍ଣ୍ଣତାକୁ ନେଇ ଚାଲିବା ଠିକ୍ ନୁହେଁ। ଦଳରେ ରହି ଦଳ ବିରୋଧୀ ମନ୍ତବ୍ୟ ଦେବା, ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରି ଲେଖିବା ଆଦୌ ଗ୍ରହଣୀୟ ନୁହେଁ। ଏହା ଦଳ ବିରୋଧୀ କାର୍ଯ୍ୟ। କିନ୍ତୁ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆ ହେବ ନା ନାହିଁ ତାହା ଦଳର ସଭାପତି ନିଷ୍ପତ୍ତି ନେବେ ବୋଲି ଅତନୁ କହିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

