ଋଷିକୁଲ୍ୟା ମୁହାଣରେ ହେନ୍ତାଳ ଚାରା ପୋତିଲେ ସୌମ୍ୟ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ପାଇଁ ସମୁଦ୍ରତଟ ବା ବେଳାଭୂମି ଅବକ୍ଷୟ ହେବାକୁ ଲାଗିଛି। ଏହା ମଧ୍ୟରେ ଗଞ୍ଜାମ ଜିଲାର ଋଷିକୁଲ୍ୟା ବେଳାଭୂମି ରହିଛି। ଏଠାରେ ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ଗଣ ଅଣ୍ଡାଦାନ କରନ୍ତି। ତେଣୁ ଏହାର ସୁରକ୍ଷା ଅତ୍ୟନ୍ତ ଜରୁରୀ ହୋଇପଡ଼ିଛି। ଋଷିକୁଲ୍ୟାରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ରାକିବା ପାଇଁ ଅସ୍ତରଙ୍ଗର ଯୁବ ପରିବେଶବିତ୍‌ ସୌମ୍ୟ ରଞ୍ଜନ ବିଶ୍ୱାଳ ଏକ ଅଭିନବ ପ୍ରୟାସ କରିଛନ୍ତି। ଜଣେ କୁନି ପରିବେଶ କର୍ମୀଙ୍କ ସହ ମିଶି ଅସ୍ତରଙ୍ଗ ବ୍ଲକ ଅନ୍ତର୍ଗତ ଦେବୀ ମୁହାଣର ହେନ୍ତାଳ ବଣକୁ ଯାଇ ୨୫୦୦ରୁ ଊର୍ଦ୍ଧ୍ୱ ହେନ୍ତାଳ ଚାରା ସଂଗ୍ରହ କରିଥିଲେ। ଏହାପରେ ସ୍କୁଟିରେ ୨୧୦ କିମି ଦୂର ଅତିକ୍ରମ କରି ସେହି ଚାରାକୁ ଋଷିକୁଲ୍ୟାର ପୁରୁଣାବନ୍ଧ ଗାଁ ନିକଟ ମୁହାଣରେ ପୋତିଛନ୍ତି। ସ୍ଥାନୀୟ ଲୋକଙ୍କୁ ହେନ୍ତାଳ ବଣର ଉପକାରିତା ସମ୍ପର୍କରେ ବୁଝାଇବା ସହିତ ତା’ର ସୁରକ୍ଷା ଦେବା ପାଇଁ ନିବେଦନ କରିଛନ୍ତି।

ଏ ନେଇ ସୌମ୍ୟ କହିଛନ୍ତି, ସମୁଦ୍ରକୂଳିଆ ଗାଁରେ ରହୁଥିବାରୁ ଛୋଟବେଳୁ ଜଳବାୟୁ ପରିବର୍ତ୍ତନ ପ୍ରଭାବର ଭୟାବହତା ଓ ବାତ୍ୟା ସତର୍କତା ମୋତେ ଏ ଦିଗରେ କାର୍ଯ୍ୟ କରିବା ପାଇଁ ଉତ୍ସାହିତ କରିଛି। ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ଆମ ରାଜ୍ୟ ପାଇଁ କେବଳ ଗୌରବ ନୁହେଁ, ସାମୁଦ୍ରିକ ପରିସଂସ୍ଥା ସନ୍ତୁଳନ ରକ୍ଷା କରିବାରେ ସେମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ତେଣୁ ସେମାନଙ୍କ ସୁରକ୍ଷା କେବଳ ସରକାର କିମ୍ବା ବନ ବିଭାଗର ନୁହେଁ, ବରଂ ଆମ ସମସ୍ତଙ୍କର ଦାୟିତ୍ୱ ହେବା ଉଚିତ। ଆଗକୁ ଋଷିକୁଲ୍ୟାରେ ହେନ୍ତାଳ ବଣର ସୁରକ୍ଷା ପାଇଁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ସୌମ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫…

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ଓପିଟିସିଏଲ୍‌ର ସବୁ କର୍ମଚାରୀଙ୍କ ଛୁଟି ବାତିଲ: ମୁଖ୍ୟାଳୟ ଛାଡ଼ିବେନି କର୍ମଚାରୀ

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ଘନ ଘନ ବିଦ୍ୟୁତ୍‌ କାଟ୍‌ ଲୋକଙ୍କୁ ଅସ୍ତବ୍ୟସ୍ତ କଲାଣି। ପ୍ରାୟ ସବୁ ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ବିଜୁଳି କାଟ ଏବେ ଏକ…

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri