ଆସିଲା ସୌମ୍ୟରଞ୍ଜନଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ ଅଫିସ,୨୬ା୭: ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ପୋଷ୍ଟମର୍ଟମ ରିପୋର୍ଟ ଆଜି ଆସିଛି। କଟକ ମର୍କତନଗର ଥାନାରୁ ସୌମଙ୍କ ପରିବାର ଲୋକେ ପୋଷ୍ଟମର୍ଟମ ରିପୋର୍ଟ ନେଇଛନ୍ତି। ତେବେ ଏହି ରିପୋର୍ଟରେ ସୌମ୍ୟଙ୍କ ଶରୀର ୯୫% ପୋଡ଼ି ଯାଇଥିବାରୁ ମୃତ୍ୟୁ ହୋଇଥିବା ଉଲ୍ଲେଖ ରହିଛି। ପାକସ୍ଥଳୀ ଖାଲି ଥିବା ଓ ସେଥିରୁ କୌଣସି ଦୁର୍ଗନ୍ଧ ନ ଥିବା ଏଥିରେ ଉଲ୍ଲେଖ ରହିଛି। ପୋଷ୍ଟମର୍ଟମର ୬ ଘଣ୍ଟା ପୂର୍ବରୁ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ମଧ୍ୟ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ଗତ ୧୨ ତାରିଖ ରାତିରେ ସୌମ୍ୟ ଏବଂ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ସରକାରୀ କ୍ୱାର୍ଟର୍ସରେ ଥିଲେ। ରାତି ପ୍ରାୟ ୯ଟା ବେଳେ ସୌମ୍ୟଙ୍କ ଦେହରେ ନିଆଁ ଲାଗି ଯାଇଥିବା ବିଦ୍ୟାଭାରତୀ ସୂଚନା ଦେଇଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁର ଏବଂ ପରେ କଟକର ଏକ ଘରୋଇ ମେଡିକାଲକୁ ସୌମ୍ୟଙ୍କୁ ସ୍ଥାନାନ୍ତର କରାଯାଇଥିଲା। ୧୩ ତାରିଖ ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri