ସୌମ୍ୟ ଆତ୍ମହତ୍ୟା ଘଟଣା: ସୋନାଲିଙ୍କ ନାଁରେ ମାମଲା ରୁଜୁ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବହୁ ଚର୍ଚ୍ଚିତ ମଡେଲ ସୌମ୍ୟରଞ୍ଜନ ପାଣିଗ୍ରାହୀ ହତ୍ୟା ଘଟଣାରେ ଗାୟିକା ସୋନାଲି ନନ୍ଦ ଓ ତାଙ୍କ ମାଆଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ଇନ୍‌ଫୋସିଟି ଥାନାରେ ମାମଲା ରୁଜୁ ହୋଇଛି। ଏଥିରେ ପୋଲିସ ଦଫା ୩୦୭ ଏବଂ ୩୪ରେ ମାମଲା ରୁଜୁ କରି ତଦନ୍ତ କରୁଛି।

ସୂଚନାନୁସାରେ, ଜାନୁୟାରୀ ୩୦ରେ ସୌମ୍ୟରଞ୍ଜନ ଆତ୍ମହତ୍ୟା କରିଥିଲେ। ଆତ୍ମହତ୍ୟା ପୂର୍ବରୁ ସେ ଏକ ହାତ ଲେଖା ଚିଠି ଛାଡ଼ି ଯାଇଥିଲେ। ଯେଉଁଥିରେ ତାଙ୍କ ଆତ୍ମହତ୍ୟା ପାଇଁ ତାଙ୍କ ପ୍ରେମିକା ସୋନାଲିଙ୍କୁ ଦାୟୀ କରିଥିଲେ। ଏହା ପରେ ସୌମ୍ୟଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଥିଲା। ତେବେ ଅଭିଯୋଗ ପରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ଯେଉଁଥିପାଇଁ ସୌମ୍ୟଙ୍କ ପରିବାର ହାଇକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ।