ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ। ଜଣେ ଦଳରୁ ନିଲମ୍ବିତ ହୋଇଥିଲା ବେଳେ ଅନ୍ୟଜଣେ ଟିକେଟ୍ ନ ପାଇ ଦଳରୁ ଇସ୍ତଫା ଦେଇଛନ୍ତି।

ସୌମ୍ୟ ଘସିପୁରାରୁ ସ୍ୱାଧୀନ ଲଢ଼ିବାଉ ମନସ୍ତ କରିଥିବା ବେଳେ ଖଣ୍ଡପଡ଼ାରୁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଅନୁଭବ ପଟ୍ଟନାୟକ।

ବିଜେଡି ଏଠାରେ ଭାପୁର ବ୍ଳକ୍‌ ଅଧ୍ୟକ୍ଷା ସାବିତ୍ରୀ ପ୍ରଧାନଙ୍କୁ ଟିକେଟ ଦେବା ପରେ ଆଶାୟୀ ପ୍ରାର୍ଥୀ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଦଳ ଛାଡି ସ୍ବାଧୀନ ଭାବେ ଅତିରିକ୍ତ ଜିଲାପାଳ(ନିର୍ବାଚନ) ରୋଜିନା ଦାଶଙ୍କ ପାଖରେ ଶୁକ୍ରବାର ନାମାଙ୍କନ ପତ୍ର ଦାଖଲ କରିଥିଲେ।

ଅନୁଭବ ୨୦୧୪ରେ ବିଜେଡି ଟିକେଟ୍ ପାଇ ଖଣ୍ଡପଡାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତେବେ ୨୦୧୯ରେ ବିଜେଡି ଅନୁଭବଙ୍କ ବଦଳରେ ସୌମ୍ୟଙ୍କୁ ଟିକେଟ୍ ଦେଇଥିଲା। ଏହାପରେ ଅନୁଭବ ବିଭିନ୍ନ ସମୟରେ ଖଣ୍ଡପଡାରେ ଦଳର ମଙ୍ଗ ଧରିଥିଲେ ମଧ୍ୟ ଦଳ ତାଙ୍କ ପ୍ରତି ଅନ୍ୟାୟ କରିଥିବା କହି ସେ ଇସ୍ତଫା ଦେଇଥିଲେ। ତେଣୁ ଏବେ ଖଣ୍ଡପଡ଼ାର ଦୁଇ ପୂର୍ବତନ ବିଧାୟକ ହାତ ମିଶାଇ ସମୀକରଣ ବଦଳାଇ ଦେଇ ପାରନ୍ତି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri