ନ୍ୟାୟ ମାଗିଲେ ସୌମ୍ୟଙ୍କ ବାପା

ଖଇରା, ୮।୮(ଡି.ଏନ.ଏ.): ପାରଳଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ୨୫ଦିନ ପୂରିଲାଣି । ପୋଲିସ ତଦନ୍ତକୁ ପ୍ରଶ୍ନ ଉଠାଇଥିବା ପରିବାର ଏବେ ନ୍ୟାୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ସାହା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇମେଲ୍‌ ଏବଂ ଡାକ ଜରିଆରେ ଅଭିଯୋଗ କରିଛନ୍ତି। ବାପା ଅଭିରାମ ମହାପାତ୍ର ଏହା ଏକ ହତ୍ୟାକାଣ୍ଡ ବୋଲି ପତ୍ରରେ ଉଲ୍ଲେଖ କରିବା ସହ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପୁଅକୁ ନ୍ୟାୟ ଦେବା ପାଇଁ ଦାବି କରିଛନ୍ତି ।

ତାଙ୍କ ଅଭିଯୋଗ ଅନୁଯାୟୀ ଦୀର୍ଘ ୨୫ଦିନ ପରେ ବି ପୋଲିସ କେବଳ ଅନ୍ଧାରରେ ବାଡି ବୁଲାଉଛି ା ଜଣେ ହେଲେ ଅଭିଯୁକ୍ତଙ୍କୁ ଗିରଫ କରାଯାଇପାରିନାହିଁ ା ଏହା ଏକ ସୁପରିକଳ୍ପିତ ହତ୍ୟା ବୋଲି ତାଙ୍କ ପରିବାର ତରଫରୁ ଅଭିଯୋଗ କରାଯାଇ ଆସୁଥିବା ବେଳେ ଏହା ପଛରେ ପତ୍ନୀ ବିଦ୍ୟାଭାରତୀଙ୍କ ସମେତ ପାରଳାଖେମୁଣ୍ଡି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା, ଗୁରାଣ୍ଡି ଓଆଇସି ମମତା ପଣ୍ଡା, ରୋଷେୟା ସମ୍ପୃକ୍ତ ଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ କରାଯାଇଛି ା କାରଣ ୧୨ତାରିଖରେ ପୁଅ ପୋଡିଯିବା ରାତିରେ ତାଙ୍କ କ୍ୱାର୍ଟର୍ସକୁ କ୍ରାଇମସ୍ପଟ ବୋଲି ପୋଲିସ କହୁଥିବା ବେଳେ ପୋଡାର ଗନ୍ଧ ନ ଥିବା ସହ ଘରର ଅନ୍ୟ କିଛି ପୋଡି ନ ଥିଲା ା ସୌମ୍ୟଙ୍କୁ ରାସ୍ତାରୁ ହଟାଇବାକୁ ମୃତ୍ୟୁର ୧ମାସ ପୂର୍ବରୁ ଷଡଯନ୍ତ୍ର କରାଯାଇଥିବା ଅଭିଯୋଗରେ ଉଲ୍ଲେଖ କରାଯାଇଛି। ଡିଏଫଓଙ୍କୁ ଏପର୍ଯ୍ୟନ୍ତ ଚାକିରିରୁ ବହିଷ୍କାର କରାଯାଇ ନ ଥିବାରୁ ଏହା ତଦନ୍ତକୁ ପ୍ରଭାବିତ କରୁଛି। ଏହା ପୂର୍ବରୁ ପରିବାର ଲୋକେ ନ୍ୟାୟ ନ ପାଇଲେ ନବୀନନିବାସ ଆଗରେ ଆମତ୍ାହୁତି ଦେବେ ବୋଲି ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri