ନ୍ୟାୟ ମାଗିଲେ ସୌମ୍ୟଙ୍କ ବାପା

ଖଇରା, ୮।୮(ଡି.ଏନ.ଏ.): ପାରଳଖେମୁଣ୍ଡିରେ କାର୍ଯ୍ୟରତ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାକୁ ୨୫ଦିନ ପୂରିଲାଣି । ପୋଲିସ ତଦନ୍ତକୁ ପ୍ରଶ୍ନ ଉଠାଇଥିବା ପରିବାର ଏବେ ନ୍ୟାୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ସାହା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଇମେଲ୍‌ ଏବଂ ଡାକ ଜରିଆରେ ଅଭିଯୋଗ କରିଛନ୍ତି। ବାପା ଅଭିରାମ ମହାପାତ୍ର ଏହା ଏକ ହତ୍ୟାକାଣ୍ଡ ବୋଲି ପତ୍ରରେ ଉଲ୍ଲେଖ କରିବା ସହ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପୁଅକୁ ନ୍ୟାୟ ଦେବା ପାଇଁ ଦାବି କରିଛନ୍ତି ।

ତାଙ୍କ ଅଭିଯୋଗ ଅନୁଯାୟୀ ଦୀର୍ଘ ୨୫ଦିନ ପରେ ବି ପୋଲିସ କେବଳ ଅନ୍ଧାରରେ ବାଡି ବୁଲାଉଛି ା ଜଣେ ହେଲେ ଅଭିଯୁକ୍ତଙ୍କୁ ଗିରଫ କରାଯାଇପାରିନାହିଁ ା ଏହା ଏକ ସୁପରିକଳ୍ପିତ ହତ୍ୟା ବୋଲି ତାଙ୍କ ପରିବାର ତରଫରୁ ଅଭିଯୋଗ କରାଯାଇ ଆସୁଥିବା ବେଳେ ଏହା ପଛରେ ପତ୍ନୀ ବିଦ୍ୟାଭାରତୀଙ୍କ ସମେତ ପାରଳାଖେମୁଣ୍ଡି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା, ଗୁରାଣ୍ଡି ଓଆଇସି ମମତା ପଣ୍ଡା, ରୋଷେୟା ସମ୍ପୃକ୍ତ ଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ କରାଯାଇଛି ା କାରଣ ୧୨ତାରିଖରେ ପୁଅ ପୋଡିଯିବା ରାତିରେ ତାଙ୍କ କ୍ୱାର୍ଟର୍ସକୁ କ୍ରାଇମସ୍ପଟ ବୋଲି ପୋଲିସ କହୁଥିବା ବେଳେ ପୋଡାର ଗନ୍ଧ ନ ଥିବା ସହ ଘରର ଅନ୍ୟ କିଛି ପୋଡି ନ ଥିଲା ା ସୌମ୍ୟଙ୍କୁ ରାସ୍ତାରୁ ହଟାଇବାକୁ ମୃତ୍ୟୁର ୧ମାସ ପୂର୍ବରୁ ଷଡଯନ୍ତ୍ର କରାଯାଇଥିବା ଅଭିଯୋଗରେ ଉଲ୍ଲେଖ କରାଯାଇଛି। ଡିଏଫଓଙ୍କୁ ଏପର୍ଯ୍ୟନ୍ତ ଚାକିରିରୁ ବହିଷ୍କାର କରାଯାଇ ନ ଥିବାରୁ ଏହା ତଦନ୍ତକୁ ପ୍ରଭାବିତ କରୁଛି। ଏହା ପୂର୍ବରୁ ପରିବାର ଲୋକେ ନ୍ୟାୟ ନ ପାଇଲେ ନବୀନନିବାସ ଆଗରେ ଆମତ୍ାହୁତି ଦେବେ ବୋଲି ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri