ଚାର୍ଜଶିଟ୍‌, ତଦନ୍ତରେ ସନ୍ତୁଷ୍ଟ ନୁହନ୍ତି ସୌମ୍ୟଙ୍କ ବାପା, ଓକିଲ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ହିଁ ଅଭିଯୁକ୍ତ ବୋଲି କ୍ରାଇମବ୍ରାଞ୍ଚ ଦର୍ଶାଉଛି। ୮୧ ଜଣ ସାକ୍ଷୀଙ୍କ ବୟାନକୁ ଆଧାରକରି ପାରଳାଖେମୁଣ୍ଡି କୋର୍ଟରେ ବିଦ୍ୟାଭାରତୀଙ୍କ ନଁାରେ ଆଇପିସି ଦଫା ୨୮୫ ଓ ୩୦୪(ଏ)ରେ ୩୦୦ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଏହାସହ ଆଇପିସି ୪୧ ଧାରାରେ ବିଦ୍ୟାଭାରତୀଙ୍କୁ ନୋଟିସ୍‌ କରାଯାଇଛି ବୋଲି ଶନିବାର ଭୁବନେଶ୍ୱରରେ ଏଡିଜି ସଞ୍ଜୀବ ପଣ୍ଡା କହିଛନ୍ତି। ତେବେ କେବଳ ବିଦ୍ୟାଭାରତୀ ହିଁ ଦୋଷୀ କି ପ୍ରଶ୍ନକୁ ଏଡ଼ାଇ ଯାଇଛନ୍ତି ଏଡିଜି। ତଦନ୍ତରେ ଯେତିକି ମିଳିଲା ଚାର୍ଜଶିଟ୍‌ରେ ସେତିକି ଦିଆଯାଇଛି ବୋଲି ସେ କହିଛନ୍ତି। ତେବେ କ୍ରାଇମବ୍ରାଞ୍ଚର ଏହି ତଦନ୍ତ ପ୍ରକ୍ରିୟା ଓ ଚାର୍ଜଶିଟ୍‌କୁ ନେଇ ସନ୍ତୁଷ୍ଟ ନାହାନ୍ତି ସୌମ୍ୟରଞ୍ଜନଙ୍କ ବାପା ଓ ଓକିଲ। ବିଦ୍ୟାଭାରତୀଙ୍କ ନଁାରେ ଲାଗିଥିବା ଦୁଇ ଦଫାରେ ସର୍ବାଧିକ ୩ ବର୍ଷ ଯାଏ ଦଣ୍ଡବିଧାନ ହୋଇପାରିବ। କୌଣସି ବ୍ୟକ୍ତିର ଅବହେଳା କିମ୍ବା ଅସାବଧାନରୁ ଅପରପକ୍ଷର ଜୀବନହାନି ହେଲେ ଦଫା ୩୦୪(ଏ) ଲାଗୁ ହୋଇଥାଏ। ଏଥିରେ ସର୍ବାଧିକ ୨ ବର୍ଷ ଜେଲ୍‌ କିମ୍ବା ଜରିମାନା କିମ୍ବା ଉଭୟ ଦଣ୍ଡବିଧାନର ପ୍ରାବଧାନ ରହିଛି। ଦଫା ୨୮୫ ହେଉଛି କୌଣସି ଜ୍ୱଳନ ପଦାର୍ଥ ଦ୍ୱାରା କ୍ଷତି ପହଞ୍ଚାଇବା କିମ୍ବା ସଙ୍କଟାପନ୍ନ ସ୍ଥିତି ସୃଷ୍ଟି କରିବା। ଏଥିରେ ଦୋଷୀ ସାବ୍ୟସ୍ତ ହେଲେ ୬ମାସ ଯାଏ ଜେଲ୍‌ ଦଣ୍ଡ ଓ ଜରିମାନା ରହିଛି। ହେଲେ ଏତେ ସମ୍ବେଦନଶୀଳ ଘଟଣାରେ ବିଦ୍ୟାଭାରତୀଙ୍କ ବିରୋଧରେ ଲାଗିଥିବା ଦଫାକୁ ନେଇ ପ୍ରଶ୍ନ ଉଠାଇବା ସହ ଘଟଣାକୁ ଭିନ୍ନ ଦିଗ ଦେବାକୁ ଚେଷ୍ଟା କରାଯାଇଥିବା ପୂର୍ବତନ ବିଚାରପତି ଜଷ୍ଟିସ୍‌ ରତ୍ନାକର ଦାସ କହିଛନ୍ତି। ସୌମ୍ୟଙ୍କ ଓକିଲ ପାର୍ଥସାରଥୀ ନାୟକ କହିଛନ୍ତି, ଯେଉଁ ଦଫା ଲଗାଯାଇଛି, ତାହା ପ୍ରମାଣିତ କରିବା ମୁସ୍କିଲ। ତେଣୁ ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ସୌମ୍ୟଙ୍କ ବାପା ଆବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri