ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ବିଜେଡିର ଆସନ୍ତାକାଲି ବଡ଼ ବନ୍ଦ ଡାକରା, ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ

ବାଲେଶ୍ୱର,୧୫।୭: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶାରେ ତୀବ୍ର ଆନ୍ଦୋଳନ ଓ ରାଜନୈତିକ ପ୍ରତିକ୍ରିୟା ଦେଖାଦେଇଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ।

ସୌମ୍ୟାଶ୍ରୀ ବିଶୀ, ଯୌନ ର୍ନିଯାତନା ଓ ଅପମାନର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ର୍ନିଯାତନା ସହି ନ ପାରି ଗତ ୧୨ ଜୁଲାଇ ୨୦୨୫ରେ ସେ ଆତ୍ମହୁତି କରିଥିଲେ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଗତକାଲି ରାତିରେ ମୃତ୍ୟୁବରଣ କରିଛନ୍ତି। ଏହି ଘଟଣାକୁ ବିଜେଡି “ଆତ୍ମହତ୍ୟା ନୁହେଁ, ବରଂ ସରକାରୀ ଅବହେଳା ଓ ବ୍ୟବସ୍ଥାର ବିଫଳତା ଦ୍ୱାରା ପ୍ରାୟୋଜିତ ହତ୍ୟା” ବୋଲି ଅଭିଯୋଗ କରିଛି।
ବିଜେଡି ନେତାମାନେ ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ତୀବ୍ର ଆକ୍ରମଣ କରିଛନ୍ତି। ବିଜେଡି ନେତା ବବି ଦାସ କହିଛନ୍ତି, “ସରକାରଙ୍କ ଦାୟିତ୍ୱହୀନତା ଓ ଅପାରଗତା ଯୋଗୁଁ ଜଣେ ଯୁବତୀଙ୍କ ଜୀବନ ଅକାଳରେ ଚାଲିଗଲା।” ସେହିପରି, ବିଜେଡି ନେତ୍ରୀ ସୁଲତା ଦେଓ ରାଜ୍ୟ ସରକାରଙ୍କୁ “ଦଳିତ ଓ ଆଦିବାସୀ ବିରୋଧୀ” ବୋଲି ଅଭିଯୋଗ କରି ପୋଷ୍ଟମର୍ଟମ ରାତିରେ କରାଯିବା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, “ରାତିରେ ପୋଷ୍ଟମର୍ଟମ କରି ଘଟଣାକୁ ଲୁଚାଇବାକୁ ଚେଷ୍ଟା କରାଯାଇଛି।”

ବିଜେଡି ନେତା ଏଲିନା ଦାଶ ମଧ୍ୟ ରାଜ୍ୟ ସରକାର ଓ ପୋଲିସ ଉପରେ ଘଟଣାକୁ ଲୁଚାଇବାର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, “ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘୋଷଣା ରାତିରେ କରାଯାଇଥିଲେ ମଧ୍ୟ ଆମେ ଜାଣିଛୁ ଯେ ସେ ୨ଦିନ ପୂର୍ବରୁ ମୃତ୍ୟୁବରଣ କରିଥିଲେ।

ତେବେ ଏହି ବନ୍ଦ ଡାକରା ଭିତରେ ଜରୁରୀ ସେବା ଜାରି ରହିବ ବୋଲି ସୂଚନା ମିଳିଛି।  ଆସନ୍ତାକାଲି ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ଅଖଚକ ବନ୍ଦ ରହିବ। ତେଣୁ କୌଣସି ଜରୁରୀ କାମ ଥିଲେ ଆଜି ସୁଦ୍ଧା ସାରି ଦିଅନ୍ତୁ । କାଲି ପେଟ୍ରୋଲ ପମ୍ପ ମଧ୍ୟ ବନ୍ଦ ହେବାର ସମ୍ଭାବନା ଅଛି । ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ବଡ଼ ଆକ୍ସନ ନେଇଛି ଜିଲ୍ଲା ବିଜେଡ଼ି । ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଆସନ୍ତା କାଲି ବାଲେଶ୍ୱର ବନ୍ଦ ଡାକରା ଦେଇଛି ବିଜେଡି । ସାମ୍ବାଦିକ ସମିଳନୀରେ ଏନେଇ ସୂଚନା ଦେଇଛନ୍ତି ବିଜେଡି ନେତା ରବୀନ୍ଦ୍ର ଜେନା ।

ସେପଟେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ଓଡ଼ିଶା କଂଗ୍ରେସ । ବାଲେଶ୍ବର ଏଫଏମ କଲେଜ ଛାତ୍ରୀ ଆତ୍ମାହୂତି ଓ ମୃତ୍ୟୁ ଘଟଣାକୁ ନେଇ ଏହି ଡାକରା ଦିଆଯାଇଛି । ଓଡ଼ିଶା ବନ୍ଦ ସମୟରେ ସ୍କୁଲ, କଲେଜ, ଦୋକାନ ଓ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି । ବନ୍ଦ ଡାକରାରେ ଜରୁରୀ କାଳୀନ ସେବାକୁ ବାଦ ଦିଆଯାଇପାରେ । ଏହି ସମୟରେ ଆମ୍ୱୁଲାନ୍ସ, ମେଡିସିନ ଷ୍ଟୋର, ଡାଏରୀ ଦୋକାନ ଭଳି ଅତ୍ୟାବଶ୍ୟକ ଜିନିଷର ଦୋକାନ ଖୋଲା ରହିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?