ଲୋୟର ପିଏମଜିରେ ବିଜେଡିର ଗର୍ଜନ: ପୋଲିସ ସହ ମୁହାଁମୁହିଁବେଳେ ବବି ଆହତ

ଭୁବନେଶ୍ୱର,୧୬।୭: ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି । ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି । ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଲୋୟର ପିଏମଜିରେ ପୋଲିସ- ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଛି ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବହା ଗ୍ୟାସ କରିଛି ପୋଲିସ । ଏହି ଲୁହାବୁହା ଗ୍ୟାସ ମାଡରେ ବବି ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା ମିଳିଛି ।

ସେହିପରି ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ଏପଟେ ଆପୋଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବବି । ଏହି ସମୟରେ ଆନ୍ଦୋଳନ କାରୀଙ୍କୁ ଉଠାଇନେଇଛି ପୋଲିସ । ଶତାଧିକ ବିଜେଡି କର୍ମୀ ଅଟକ ଥିବା ସୂଚନା । ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିବାଦ ତୀବ୍ର ରୂପ ଧାରଣ କରିଛି ।

Share