ପୋଲିସର ପାଣିମାଡ଼ରେ ସୁଲତା ଆହତ, ରାସ୍ତାରେ ବସି କାନ୍ଦିଲେ

ଭୁବନେଶ୍ୱର,୧୬।୭: ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ରାଜ୍ୟକୁ ସ୍ତବ୍ଧ କରିଦେଇଛି। ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି । ଲୋକସେବା ଘେରାଉବେଳେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଲୋୟର ପିଏମଜିରେ ପୋଲିସ- ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଛି ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବହା ଗ୍ୟାସ କରିଛି ପୋଲିସ । ଏହି ଲୁହାବୁହା ଗ୍ୟାସ ମାଡରେ ବବି ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା ମିଳିଛି ।

ତେବେ ଆନ୍ଦୋଳନ ବେଳେ ପାଣିମାଡ଼ କରିଛି ପୁଲିସ । ଏଥିରେ ସୁଲତା ଦେଓ ଆହତ ହୋଇଛନ୍ତି । ସେ ରାସ୍ତା ମଝିରେ ବସି କାନ୍ଦିଛନ୍ତି। କାନ୍ଦିକାନ୍ଦି ସେ କହିଛନ୍ତି, ପୋଲିସ ଗୁଣ୍ଡା ସାଜିଛି । ସ୍ଥିତି କଣ ଅଛି ଦେଖୁନି । ରବର ବୁଲେଟ ମାରୁଛି, ଟିୟର ଗ୍ୟାସ ମାରୁଛି ।

ସେହିପରି ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏପଟେ ଆପୋଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବବି । ଏହି ସମୟରେ ଆନ୍ଦୋଳନକାରୀଙ୍କୁ ଉଠାଇନେଇଛି ପୋଲିସ । ଶତାଧିକ ବିଜେଡି କର୍ମୀ ଅଟକ ଥିବା ସୂଚନା ମିଳିଛି । ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିବାଦ ତୀବ୍ର ରୂପ ଧାରଣ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri