ପୋଲିସର ପାଣିମାଡ଼ରେ ସୁଲତା ଆହତ, ରାସ୍ତାରେ ବସି କାନ୍ଦିଲେ

ଭୁବନେଶ୍ୱର,୧୬।୭: ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ରାଜ୍ୟକୁ ସ୍ତବ୍ଧ କରିଦେଇଛି। ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି । ଲୋକସେବା ଘେରାଉବେଳେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧି । ଲୋୟର ପିଏମଜିରେ ପୋଲିସ- ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଛି ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବହା ଗ୍ୟାସ କରିଛି ପୋଲିସ । ଏହି ଲୁହାବୁହା ଗ୍ୟାସ ମାଡରେ ବବି ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା ମିଳିଛି ।

ତେବେ ଆନ୍ଦୋଳନ ବେଳେ ପାଣିମାଡ଼ କରିଛି ପୁଲିସ । ଏଥିରେ ସୁଲତା ଦେଓ ଆହତ ହୋଇଛନ୍ତି । ସେ ରାସ୍ତା ମଝିରେ ବସି କାନ୍ଦିଛନ୍ତି। କାନ୍ଦିକାନ୍ଦି ସେ କହିଛନ୍ତି, ପୋଲିସ ଗୁଣ୍ଡା ସାଜିଛି । ସ୍ଥିତି କଣ ଅଛି ଦେଖୁନି । ରବର ବୁଲେଟ ମାରୁଛି, ଟିୟର ଗ୍ୟାସ ମାରୁଛି ।

ସେହିପରି ସୁଲତା ଦେଓ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏପଟେ ଆପୋଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବବି । ଏହି ସମୟରେ ଆନ୍ଦୋଳନକାରୀଙ୍କୁ ଉଠାଇନେଇଛି ପୋଲିସ । ଶତାଧିକ ବିଜେଡି କର୍ମୀ ଅଟକ ଥିବା ସୂଚନା ମିଳିଛି । ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରତିବାଦ ତୀବ୍ର ରୂପ ଧାରଣ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ...

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି...

ୟୁକ୍ରେନ ସହିତ ଶେଷ ହେବ ଯୁଦ୍ଧ: ମୋଦିଙ୍କ ସହ ବୈଠକରେ ବଡ଼ ସଙ୍କେତ ଦେଲେ ପୁଟିନ, କହିଲେ…

ନୂଆଦିଲ୍ଲୀ,୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର...

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ଏହିଦିନ ମିଳିବ ନୂଆ ବହି

ଭୁବନେଶ୍ୱର,୫।୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା...

ମୋଦି-ପୁଟିନଙ୍କ ମିଳିତ ପ୍ରେସ୍‌ ବିବୃତ୍ତି: ନୂଆଦିଲ୍ଲୀରୁ ବିଶ୍ୱକୁ ଦେଲେ ବଡ଼ ସନ୍ଦେଶ, କହିଲେ ଆମେ ଏକାଠି…

ନୂଆଦିଲ୍ଲୀ,୫।୧୨: ଭାରତ-ରୁଷିଆ ସମ୍ପର୍କ ଏବଂ ସହଯୋଗର ୨୫ବର୍ଷ ପୂରଣ ହେବା ଉପରେ ରୁଷିଆ ରାଷ୍ଟ୍ରପତି ପୁଟିନ ଭାରତରେ ପହଞ୍ଚିଛନ୍ତି ଏବଂ ତାଙ୍କର ଗସ୍ତ ଗୁରୁତ୍ୱପୂର୍ଣ୍ଣ। ଗତକାଲିଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri