ଏଫଏମ କଲେଜ ଘଟଣା: କଂଗ୍ରେସ କଲା ବଡ଼ ଘୋଷଣା, ସଂସଦରେ…

ବାଲେଶ୍ବର,୧୬।୭: ବାଲେଶ୍ବର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁରେ ସାରା ରାଜ୍ୟରେ ଆଲୋଚନା ଜୋର ଧରିଛି। ଏହି ଘଟଣାରେ ନ୍ୟାୟ ଦାବି କରି ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଆସନ୍ତକାଲି ଅର୍ଥାତ ଗୁରୁବାର ଓଡ଼ିଶା ବନ୍ଦ କରୁଥିବାବେଳେ ଆଗାମୀ ଦିନରେ ସଂସଦ ଘେରାଉ କରିବ। ଏହି ଘୋଷଣା ସହ ଅଳକା ଲାମ୍ବା ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।

ସୂଚନା ଅନୁଯାୟୀ, ବାଲେଶ୍ବରରେ ଜଣେ ଛାତ୍ରୀଙ୍କୁ ବିଭାଗୀୟ ମୁଖ୍ୟ (HOD) ଦ୍ୱାରା ଯୌନ ନିର୍ଯାତନାର ଚାପ ଦିଆଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ଘଟଣାକୁ ଗମ୍ଭୀରତାର ସହ ନେଇ ଅଳକା ଲାମ୍ବା କହିଛନ୍ତି ଯେ ଓଡ଼ିଶାରେ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିଫଳ ହୋଇଛି। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ସେ କହିଛନ୍ତି, ଓଡ଼ିଶାରେ ନାରୀ ନିରାପତ୍ତା ଓ ନ୍ୟାୟ ପାଇଁ କୌଣସି କଡ଼ା ପଦକ୍ଷେପ ନିଆଯାଇ ନାହିଁ।

ଏହି ଘଟଣାରେ କଂଗ୍ରେସ ଦଳ ଆଗାମୀ ସଂସଦ ଅଧିବେଶନରେ ଏହି ପ୍ରସଙ୍ଗକୁ ପ୍ରମୁଖତା ଦେବ ବୋଲି ଅଳକା ଲାମ୍ବା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୨୧ ତାରିଖରେ ସଂସଦ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ କଂଗ୍ରେସ ଦଳ ସଂସଦ ଘେରାଉ କରି ବାଲେଶ୍ବର ଘଟଣାରେ ନ୍ୟାୟ ଦାବି କରିବ। ଓଡ଼ିଶା ପ୍ରସଙ୍ଗକୁ ଆମେ ପ୍ରାଥମିକତା ଦେବୁ।

ଏହା ସହିତ, ଅଳକା ଲାମ୍ବା ଓଡ଼ିଶା ଗସ୍ତ କରି ସୌମ୍ୟଶ୍ରୀ ବିଶୀଙ୍କ ପରିବାରକୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମହିଳା କଂଗ୍ରେସ ସଭାପତି ମୀନାକ୍ଷୀ ବାହିନିପତିଙ୍କ ନେତୃତ୍ୱରେ ବାଲେଶ୍ବରରେ ଏକ ବିଶାଳ କର୍ମୀ ସମାବେଶ ଆୟୋଜନ କରାଯାଇଛି, ଯେଉଁଠାରେ ଅଳକା ଲାମ୍ବା ମଧ୍ୟ ଯୋଗ ଦେବେ।

ଏହା ପୂର୍ବରୁ ଅଳକା ଲାମ୍ବା ଓ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଅଖିଳ ଭାରତୀୟ କଂଗ୍ରେସ କମିଟି (AICC) କାର୍ଯ୍ୟାଳୟରେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ। ସୋଫିଆ ର୍ଫିଦ୍ଦୋସ କହିଛନ୍ତି, ଏହି ଘଟଣା ରାଜ୍ୟରେ ମହିଳା ନିରାପତ୍ତାର ଦୁର୍ବଳ ଚିତ୍ରକୁ ପ୍ରକାଶ କରୁଛି। ରାଜ୍ୟ ସରକାର ଏହାକୁ ଗମ୍ଭୀରତାର ସହ ନେଉ ନାହିଁ। ତେବେ ଏହି ଘଟଣାକୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ଦଳର ଏହି ଆନ୍ଦୋଳନ ଓ ସଂସଦ ଘେରାଉ ଯୋଜନା ରାଜ୍ୟ ସରକାରଙ୍କ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ବର୍ଷାରେ ଭିଜି ରଥ ଟାଣିଲେ ଭକ୍ତ: ତିନି ଦିନ ପରେ ମାଉସୀମା ମନ୍ଦିରରେ ପହଞ୍ଚିଲେ ରାଜନଗର ଦଧିବାମନ ଜିଉ

ପାଟଣା, ୧୮।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ରାଜନଗର ସ୍ଥିତ ଶ୍ରୀ ଦଧିବାମନ ଜୀଉଙ୍କ ଘୋଷଯାତ୍ରାରେ ଘଟିଥିବା ରଥ ଅଘଟଣର ସଫଳ ସମାଧାନ…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ମାମୁଟ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri