ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର

ବାଲେଶ୍ୱର,୧୯।୮(ବାଞ୍ଛାନିଧି ଦେ):ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆମତ୍ାହୁତି ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଏଚ୍‌ଓଡି ସମୀର ସାହୁଙ୍କ ଜାମିନ ପୁଣି ଖାରଜ ହୋଇଛି। ବାଲେଶ୍ୱର ଜିଲା ଓ ଦୌରାଜଜ୍‌ ସୋମବାର ଜାମିନ ଆବେଦନର ଶୁଣାଣି କରି ଏହାକୁ ଖାରଜ କରିଛନ୍ତି। ଅପରପକ୍ଷରେ ସମୀରଙ୍କୁ ରିମାଣ୍ଡରେ ନେବା ପାଇଁ କ୍ରାଇମ୍‌ବ୍ରାଞ୍ଚ ସିଏଡବ୍ଲ୍ୟୁ ଆଣ୍ଡ ସିଡବ୍ଲ୍ୟୁ ଡିଏସ୍‌ପି ତଥା ମାମଲାର ତଦନ୍ତକାରୀ ଅଧିକାରୀ ଇମାନ୍‌ କଲ୍ୟାଣ ନାୟକ ଜିଲା ଓ ଦୌରାଜଜଙ୍କ କୋର୍ଟରେ ଆବେଦନ କରିଥିଲେ। କୋର୍ଟ ଏହି ଆବେଦନକୁ ମଞ୍ଜୁର କରିବା ସହ ସମୀରଙ୍କୁ ସୋମବାରଠାରୁ ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ୩ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି। କ୍ରାଇମ୍‌ବ୍ରାଞ୍ଚ ଅଧିକାରୀ ଅଭିଯୁକ୍ତ ସମୀରଙ୍କୁ ରିମାଣ୍ଡରେ ନେଇ ପଚରାଉଚରା ଆରମ୍ଭ କରିଛି।
ଛାତ୍ରୀ ସୌମ୍ୟାଶ୍ରୀ ଏଚ୍‌ଓଡି ସମୀର ସାହୁଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ନ୍ୟାୟ ନ ପାଇ ଗତ ଜୁଲାଇ ୧୨ତାରିଖରେ ସେ ଆତ୍ମାହୁତି ଉଦ୍ୟମ କରିଥିଲେ। ଏଚ୍‌ଓଡି ସାହୁଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏସଡିଜେଏମ୍‌ଙ୍କ କୋର୍ଟରେ ଜାମିନ ଆବେଦନ ଖାରଜ ହେବା ପରେ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିଲା। ପରେ ସମୀରଙ୍କ ଓକିଲ ଶ୍ରୀବତ୍ସ ନାୟକ ଗତ ୧ ତାରିଖରେ ବାଲେଶ୍ୱର ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ପୁଣି ଜାମିନ ଆବେଦନ କରିଥିଲେ। ଏହାର ଶୁଣାଣି ୧୨ ତାରିଖକୁ ରହିଥିଲା। ନିମ୍ନ କୋର୍ଟର କେସ୍‌ ରେକର୍ଡ ସ୍ଥାନାନ୍ତର ହୋଇ ନ ଥିବା ଓ ପୋଲିସ ସିଡି ଦାଖଲ କରି ନ ଥିବା କାରଣରୁ ଜାମିନ ଆବେଦନର ଶୁଣାଣି ହୋଇ ନ ପାରି ୧୮ ତାରିଖକୁ ଧାର୍ଯ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ଯୁଦ୍ଧ ଭିତରୁ ଏବେ ପର୍ଯ୍ୟନ୍ତ କେତେ ଭାରତୀୟ ସୁରକ୍ଷିତ ଫେରିଛନ୍ତି ସ୍ବଦେଶ ସରକାର ଦେଲେ ତଥ୍ୟ

ନୂଆଦିଲ୍ଲୀ,୮।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ ଆକ୍ରମଣ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri