Posted inଖେଳ

ବିସିସିଆଇ ସଭାପତି ପଦରୁ ଇସ୍ତଫା ଦେବେ କି ଗାଙ୍ଗୁଲି, ଟୁଇଟ୍‌କୁ ନେଇ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧।୬: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ସଭାପତି ସୌରଭ ଗାଙ୍ଗୁଲି କ୍ରିକେଟରେ ୩୦ ବର୍ଷ ପୂରଣ କରିଛନ୍ତି। ଏହି ଅବସରରେ ସେ ଏକ ନୂଆ ଇନିଂସ ଆରମ୍ଭ କରିବେ ବୋଲି ବୁଧବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଯଦିଓ ଗାଙ୍ଗୁଲି ଏ ବିଷୟରେ ସବିଶେଷ କିଛି କହି ନାହାଁନ୍ତି, କିନ୍ତୁ ଖୁବ ଶୀଘ୍ର ସେ ଏ ବିଷୟରେ ସମଗ୍ର ବିଶ୍ୱକୁ ଜଣାଇବେ ବୋଲି ସେ କହିଛନ୍ତି। ଗାଙ୍ଗୁଲିଙ୍କ ଟୁଇଟ ପରେ ସେ ବିସିସିଆଇ ସଭାପତି ପଦରୁ ଇସ୍ତଫା ଦେଇପାରନ୍ତି ବୋଲି କଳ୍ପନାଜଳ୍ପନା ଚାଲିଥିଲା, କିନ୍ତୁ ଗାଙ୍ଗୁଲି ତାଙ୍କ ପଦରୁ ଇସ୍ତଫା ଦେଇ ନ ଥିବା ବିସିସିଆଇ ସଚିବ ଜୟ ଶାହା ସ୍ପଷ୍ଟ କରିଛନ୍ତି।
ଗାଙ୍ଗୁଲି ଟୁଇଟ୍‌ କରି କହିଛନ୍ତି, ୧୯୯୨ରେ ମୁଁ ଜଣେ କ୍ରିକେଟର ଭାବରେ ମୋର ଇନିଂସ ଆରମ୍ଭ କରିଥିଲି। ୨୦୨୨ରେ ଏହା ୩୦ ବର୍ଷ ପୂରଣ କରୁଛି। ଏହି ସମୟ ମଧ୍ୟରେ କ୍ରିକେଟ ମୋତେ ବହୁତ କିଛି ଦେଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମୁଁ ସମସ୍ତଙ୍କର ସମର୍ଥନ ପାଇଛି। ମୁଁ ସମସ୍ତଙ୍କୁ ଧନ୍ୟବାଦ ଦେବାକୁ ଚାହେଁ, ଯେଉଁମାନେ ଏହି ଯାତ୍ରାର ଏକ ଅଂଶ ହୋଇଛନ୍ତି, ମୋତେ ସମର୍ଥନ କରିଛନ୍ତି ଏବଂ ଆଜି ମୁଁ ଯେଉଁଠାରେ ଅଛି, ସେଠାରେ ପହଞ୍ଚିବାରେ ସାହାଯ୍ୟ କରିଛନ୍ତ। ଆଜି ମୁଁ ନୂଆ କିଛି ଆରମ୍ଭ କରିବାକୁ ଚିନ୍ତା କରୁଛି ଯାହା ମାଧ୍ୟମରେ ମୁଁ ବହୁ ସଂଖ୍ୟକ ଲୋକଙ୍କୁ ସାହାଯ୍ୟ କରିପାରିବି। ମୁଁ ଆଶା କରେ ଆପଣ ମୋ ଜୀବନର ନୂତନ ଅଧ୍ୟାୟରେ ମଧ୍ୟ ମୋତେ ସାହାଯ୍ୟ କରିବେ।
ନିକଟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗ ଗସ୍ତରେ ଯାଇଥିଲେ। ଏହି ଗସ୍ତ ସମୟରେ କୋଲକାତାସ୍ଥିତ ଗାଙ୍ଗୁଲିଙ୍କ ବାସଭବନରେ ଶାହା ରାତ୍ରୀ ଭୋଜନ କରିଥିଲେ। ଏହି ଭୋଜନ ପରେ ଗାଙ୍ଗୁଲି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ହୋଇଥିଲା। ଗତ ବର୍ଷ ମଧ୍ୟ ଏହି ବିଷୟରେ ଆଲୋଚନା ହୋଇଥିଲା, କିନ୍ତୁ ପରେ ଗାଙ୍ଗୁଲି ବିଜେପିରେ ଯୋଗଦେବାକୁ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?