Posted inଖେଳ

ବିସିସିଆଇ ସଭାପତି ପଦରୁ ଇସ୍ତଫା ଦେବେ କି ଗାଙ୍ଗୁଲି, ଟୁଇଟ୍‌କୁ ନେଇ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧।୬: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ସଭାପତି ସୌରଭ ଗାଙ୍ଗୁଲି କ୍ରିକେଟରେ ୩୦ ବର୍ଷ ପୂରଣ କରିଛନ୍ତି। ଏହି ଅବସରରେ ସେ ଏକ ନୂଆ ଇନିଂସ ଆରମ୍ଭ କରିବେ ବୋଲି ବୁଧବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଯଦିଓ ଗାଙ୍ଗୁଲି ଏ ବିଷୟରେ ସବିଶେଷ କିଛି କହି ନାହାଁନ୍ତି, କିନ୍ତୁ ଖୁବ ଶୀଘ୍ର ସେ ଏ ବିଷୟରେ ସମଗ୍ର ବିଶ୍ୱକୁ ଜଣାଇବେ ବୋଲି ସେ କହିଛନ୍ତି। ଗାଙ୍ଗୁଲିଙ୍କ ଟୁଇଟ ପରେ ସେ ବିସିସିଆଇ ସଭାପତି ପଦରୁ ଇସ୍ତଫା ଦେଇପାରନ୍ତି ବୋଲି କଳ୍ପନାଜଳ୍ପନା ଚାଲିଥିଲା, କିନ୍ତୁ ଗାଙ୍ଗୁଲି ତାଙ୍କ ପଦରୁ ଇସ୍ତଫା ଦେଇ ନ ଥିବା ବିସିସିଆଇ ସଚିବ ଜୟ ଶାହା ସ୍ପଷ୍ଟ କରିଛନ୍ତି।
ଗାଙ୍ଗୁଲି ଟୁଇଟ୍‌ କରି କହିଛନ୍ତି, ୧୯୯୨ରେ ମୁଁ ଜଣେ କ୍ରିକେଟର ଭାବରେ ମୋର ଇନିଂସ ଆରମ୍ଭ କରିଥିଲି। ୨୦୨୨ରେ ଏହା ୩୦ ବର୍ଷ ପୂରଣ କରୁଛି। ଏହି ସମୟ ମଧ୍ୟରେ କ୍ରିକେଟ ମୋତେ ବହୁତ କିଛି ଦେଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମୁଁ ସମସ୍ତଙ୍କର ସମର୍ଥନ ପାଇଛି। ମୁଁ ସମସ୍ତଙ୍କୁ ଧନ୍ୟବାଦ ଦେବାକୁ ଚାହେଁ, ଯେଉଁମାନେ ଏହି ଯାତ୍ରାର ଏକ ଅଂଶ ହୋଇଛନ୍ତି, ମୋତେ ସମର୍ଥନ କରିଛନ୍ତି ଏବଂ ଆଜି ମୁଁ ଯେଉଁଠାରେ ଅଛି, ସେଠାରେ ପହଞ୍ଚିବାରେ ସାହାଯ୍ୟ କରିଛନ୍ତ। ଆଜି ମୁଁ ନୂଆ କିଛି ଆରମ୍ଭ କରିବାକୁ ଚିନ୍ତା କରୁଛି ଯାହା ମାଧ୍ୟମରେ ମୁଁ ବହୁ ସଂଖ୍ୟକ ଲୋକଙ୍କୁ ସାହାଯ୍ୟ କରିପାରିବି। ମୁଁ ଆଶା କରେ ଆପଣ ମୋ ଜୀବନର ନୂତନ ଅଧ୍ୟାୟରେ ମଧ୍ୟ ମୋତେ ସାହାଯ୍ୟ କରିବେ।
ନିକଟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗ ଗସ୍ତରେ ଯାଇଥିଲେ। ଏହି ଗସ୍ତ ସମୟରେ କୋଲକାତାସ୍ଥିତ ଗାଙ୍ଗୁଲିଙ୍କ ବାସଭବନରେ ଶାହା ରାତ୍ରୀ ଭୋଜନ କରିଥିଲେ। ଏହି ଭୋଜନ ପରେ ଗାଙ୍ଗୁଲି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ହୋଇଥିଲା। ଗତ ବର୍ଷ ମଧ୍ୟ ଏହି ବିଷୟରେ ଆଲୋଚନା ହୋଇଥିଲା, କିନ୍ତୁ ପରେ ଗାଙ୍ଗୁଲି ବିଜେପିରେ ଯୋଗଦେବାକୁ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର

ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ...

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri