Posted inଖେଳ

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ଫ୍ରାଞ୍ଚାଇଜ ନିଜର ଅଫିସିଆଲ୍ ସୋସିଆଲ୍ ମିଡିଆ ହ୍ୟାଣ୍ଡେଲ୍ ଜରିଆରେ ଏହି ସୂଚନା ଦେଇଛି। ସେ ପୂର୍ବତନ କୋଚ୍ ହେମାଙ୍ଗ ବଦାନୀଙ୍କ ସ୍ଥାନ ନେବେ, ଯିଏ ଗତ ଦୁଇଟି ସିଜନ୍‌ରେ ଦଳର କୋଚିଂ ଦାୟିତ୍ୱ ତୁଲାଉଥିଲେ।

ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ୨୦୧୯ରୁ ଦିଲ୍ଲୀ ଫ୍ରାଞ୍ଚାଇଜ୍ ସହିତ ଜଡ଼ିତ ଅଛନ୍ତି। ପ୍ରଥମେ ସେ ପରାମର୍ଶଦାତା ଭାବେ ଦଳରେ ଯୋଗ ଦେଇଥିଲେ, ପରେ ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସର ପୁରୁଷ ଓ ମହିଳା ଦଳର ‘ଡାଇରେକ୍ଟର ଅଫ୍ କ୍ରିକେଟ୍’ ଦାୟିତ୍ୱ ଦିଆଯାଇଥିଲା। ଏହାଛଡ଼ା ଦକ୍ଷିଣ ଆଫ୍ରିକାର SA20 ଲିଗ୍‌ରେ ଦିଲ୍ଲୀ ଫ୍ରାଞ୍ଚାଇଜର ଦଳ ‘ପ୍ରିଟୋରିଆ କ୍ୟାପିଟାଲ୍ସ’ର ହେଡ୍ କୋଚ୍ ଭାବେ ଗାଙ୍ଗୁଲି କାର୍ଯ୍ୟ କରିଥିଲେ ଏବଂ ତାଙ୍କ ମାର୍ଗଦର୍ଶନରେ ଦଳ ଫାଇନାଲ୍‌ରେ ପହଞ୍ଚିଥିଲା।

ଦିଲ୍ଲୀ କ୍ୟାପିଟାଲ୍ସର ହେଡ୍ କୋଚ୍ ହେବା ପରେ ଗାଙ୍ଗୁଲି ନିଜର ଖୁସି ବ୍ୟକ୍ତ କରିବା ସହ କହିଛନ୍ତି, “ଦିଲ୍ଲୀ କ୍ୟାପିଟାଲ୍ସ ମୋ ହୃଦୟର ବହୁତ ନିକଟତର ଏବଂ ଏହି ଫ୍ରାଞ୍ଚାଇଜ୍ ସହ ମୋର ଅନେକ ବର୍ଷର ସମ୍ପର୍କ ରହିଛି। ମୁଁ ଦଳର ମାଲିକ, ମ୍ୟାନେଜମେଣ୍ଟ, ସପୋର୍ଟ ଷ୍ଟାଫ୍ ଏବଂ ଖେଳାଳିଙ୍କ ସହ ନିବିଡ଼ ଭାବେ କାମ କରିଛି। ଆଇପିଏଲ୍‌ରେ ଏହି ନୂଆ ଭୂମିକା ମୋ ପାଇଁ ବେଶ୍ ଉତ୍ସାହଜନକ। ଦିଲ୍ଲୀ ପାଖରେ କ୍ରିକେଟରଙ୍କ ଏକ ଭଲ ଦଳ ଅଛି, ଯେଉଁମାନେ ନିୟମିତ ଭାବେ ଭଲ ପ୍ରଦର୍ଶନ କରିଆସୁଛନ୍ତି। ଆଗାମୀ ସିଜନ୍‌ରେ ଦିଲ୍ଲୀକୁ ଏକ ଶକ୍ତିଶାଳୀ ଓ ନିର୍ଭୟ (Fearless) ଦଳ ଭାବେ ଗଢ଼ିତୋଳିବା ମୋର ମୁଖ୍ୟ ଲକ୍ଷ୍ୟ ହେବ।”

ଦିଲ୍ଲୀ କ୍ୟାପିଟାଲ୍ସ ଏପର୍ଯ୍ୟନ୍ତ ଗୋଟିଏ ହେଲେ ବି ଆଇପିଏଲ୍ ଟ୍ରଫି ଜିତିପାରି ନାହିଁ। ଦଳ ୨୦୨୦ ସିଜନ୍‌ରେ ଫାଇନାଲ୍‌ରେ ପହଞ୍ଚିଥିଲେ ବି ଚାମ୍ପିୟନ୍ ହୋଇପାରି ନ ଥିଲା। ସେହିପରି ୨୦୨୧ ସିଜନ୍ ପରଠାରୁ ଟିମ୍ ପ୍ଲେ-ଅଫ୍‌ରେ ମଧ୍ୟ ପ୍ରବେଶ କରିପାରି ନାହିଁ। ଏବେ ସୌରଭ ଗାଙ୍ଗୁଲିଙ୍କ ଅଭିଜ୍ଞତା ଓ କୋଚିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ନିଜର ପ୍ରଥମ ଆଇପିଏଲ୍ ଟାଇଟଲ୍ ଜିତିବାର ସ୍ୱପ୍ନ ପୂରଣ କରିବାକୁ ଆଶା ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?