Posted inଖେଳ

ସୌରଭ ଗାଙ୍ଗୁଲିଙ୍କୁ ହୃଦ୍‌ଘାତ

କୋଲକାତା, ୩ା୧ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲିଙ୍କୁ ମୃଦୁ ହୃଦ୍‌ଘାତ ହୋଇଛି। ଶନିବାର ସକାଳେ ଜିମ୍‌ରୁ ଫେରିବା ପରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୪୮ବର୍ଷୀୟ ଗାଙ୍ଗୁଲିଙ୍କୁ କ୍ରିଟିକାଲ କେୟାର ୟୁନିଟ୍‌(ସିସିୟୁ)ରେ ରଖାଯାଇ ଚିକିତ୍ସା କରାଯାଉଛି। କରୋନାରି ଆଞ୍ଜିଓଗ୍ରାମ୍‌ ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ସୂଚନା ଦେଇଛନ୍ତି। ଦେଶର କ୍ରିକେଟ ମହଲ ଗାଙ୍ଗୁଲିଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛି। ସେମାନଙ୍କ ମଧ୍ୟରେ ରହିଛନ୍ତି, ସଚିନ ତେନ୍ଦୁଲକର ଓ ବିରାଟ କୋହଲି। ଭାରତୀୟ ଅଧିନାୟକ ବିରାଟ କୋହଲି ଟୁଇଟ୍‌ କରି କହିଛନ୍ତି, ଗାଙ୍ଗୁଲିଙ୍କ ଦ୍ରୁତ ଆରୋଗ୍ୟ କାମନା କରି ସେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି। ଗାଙ୍ଗୁଲିଙ୍କ ଦୀର୍ଘଦିନର ଟିମ୍‌ମେଟ୍‌ ତେନ୍ଦୁଲକର କହିଛନ୍ତି ସେ ଏହି ଖବର ନିକଟରେ ଜାଣିବାକୁ ପାଇଛନ୍ତି। ବିସିସିଆଇ ସଭାପତି ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ତାଙ୍କର ଦୃଢ଼ ବିଶ୍ୱାସ ରହିଛି। ବିସିସିଆଇ ସମ୍ପାଦକ ଜୟ ଶାହା କହିଛନ୍ତି, ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟାବସ୍ଥାରେ କ୍ରମେ ଉନ୍ନତି ପରିଲକ୍ଷିତ ହେଉଛି। ଏ ବିଷୟ ସେ ତାଙ୍କ ପରିବାରବର୍ଗଙ୍କଠାରୁ ଜାଣିବାକୁ ପାଇଛନ୍ତି। ଗାଙ୍ଗୁଲିଙ୍କ ପୂର୍ବତନ ଟିମ୍‌ମେଟ ଯଥା ବୀରେନ୍ଦ୍ର ସେହ୍ବାଗ, ହରଭଜନ ସିଂ, ଅନିଲ କୁମ୍ବଲେ ଓ ଗୌତମ ଗମ୍ଭୀର, ଟିମ୍‌ ଇଣ୍ଡିଆ କ୍ରିକେଟର ଶିଖର ଧାଓ୍ବନ ଓ ମହମ୍ମଦ ସାମି ପ୍ରମୁଖ ମଧ୍ୟ ଦ୍ରୁତ ଆରୋଗ୍ୟ କାମନା କରି ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ସୂଚନାଯୋଗ୍ୟ, ଗାଙ୍ଗୁଲି ୨୦୧୯ ଅକ୍ଟୋବରରେ ବିସିସିଆଇ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କ ତତ୍ତ୍ୱାବଧାନରେ ବିସିସିଆଇ କୋଭିଡ୍‌ ସମୟରେ ୟୁଏଇରେ ସଫଳତାର ସହ ୨୦୨୦ ଆଇପିଏଲ୍‌ ଆୟୋଜନ କରିପାରିଥିଲା। ପୁନଶ୍ଚ ଗାଙ୍ଗୁଲି ବିସିସିଆଇ ସଭାପତି ହେବା ପରେ ଭାରତ ନଭେମ୍ବରରେ ପ୍ରଥମ ପିଙ୍କ୍‌ ବଲ ଦିବାରାତ୍ର ଟେଷ୍ଟ ଆୟୋଜନ କରିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri