Posted inଖେଳ

ସୌରଭ ଗାଙ୍ଗୁଲିଙ୍କୁ ହୃଦ୍‌ଘାତ

କୋଲକାତା, ୩ା୧ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲିଙ୍କୁ ମୃଦୁ ହୃଦ୍‌ଘାତ ହୋଇଛି। ଶନିବାର ସକାଳେ ଜିମ୍‌ରୁ ଫେରିବା ପରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୪୮ବର୍ଷୀୟ ଗାଙ୍ଗୁଲିଙ୍କୁ କ୍ରିଟିକାଲ କେୟାର ୟୁନିଟ୍‌(ସିସିୟୁ)ରେ ରଖାଯାଇ ଚିକିତ୍ସା କରାଯାଉଛି। କରୋନାରି ଆଞ୍ଜିଓଗ୍ରାମ୍‌ ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ସୂଚନା ଦେଇଛନ୍ତି। ଦେଶର କ୍ରିକେଟ ମହଲ ଗାଙ୍ଗୁଲିଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛି। ସେମାନଙ୍କ ମଧ୍ୟରେ ରହିଛନ୍ତି, ସଚିନ ତେନ୍ଦୁଲକର ଓ ବିରାଟ କୋହଲି। ଭାରତୀୟ ଅଧିନାୟକ ବିରାଟ କୋହଲି ଟୁଇଟ୍‌ କରି କହିଛନ୍ତି, ଗାଙ୍ଗୁଲିଙ୍କ ଦ୍ରୁତ ଆରୋଗ୍ୟ କାମନା କରି ସେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି। ଗାଙ୍ଗୁଲିଙ୍କ ଦୀର୍ଘଦିନର ଟିମ୍‌ମେଟ୍‌ ତେନ୍ଦୁଲକର କହିଛନ୍ତି ସେ ଏହି ଖବର ନିକଟରେ ଜାଣିବାକୁ ପାଇଛନ୍ତି। ବିସିସିଆଇ ସଭାପତି ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ତାଙ୍କର ଦୃଢ଼ ବିଶ୍ୱାସ ରହିଛି। ବିସିସିଆଇ ସମ୍ପାଦକ ଜୟ ଶାହା କହିଛନ୍ତି, ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟାବସ୍ଥାରେ କ୍ରମେ ଉନ୍ନତି ପରିଲକ୍ଷିତ ହେଉଛି। ଏ ବିଷୟ ସେ ତାଙ୍କ ପରିବାରବର୍ଗଙ୍କଠାରୁ ଜାଣିବାକୁ ପାଇଛନ୍ତି। ଗାଙ୍ଗୁଲିଙ୍କ ପୂର୍ବତନ ଟିମ୍‌ମେଟ ଯଥା ବୀରେନ୍ଦ୍ର ସେହ୍ବାଗ, ହରଭଜନ ସିଂ, ଅନିଲ କୁମ୍ବଲେ ଓ ଗୌତମ ଗମ୍ଭୀର, ଟିମ୍‌ ଇଣ୍ଡିଆ କ୍ରିକେଟର ଶିଖର ଧାଓ୍ବନ ଓ ମହମ୍ମଦ ସାମି ପ୍ରମୁଖ ମଧ୍ୟ ଦ୍ରୁତ ଆରୋଗ୍ୟ କାମନା କରି ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ସୂଚନାଯୋଗ୍ୟ, ଗାଙ୍ଗୁଲି ୨୦୧୯ ଅକ୍ଟୋବରରେ ବିସିସିଆଇ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କ ତତ୍ତ୍ୱାବଧାନରେ ବିସିସିଆଇ କୋଭିଡ୍‌ ସମୟରେ ୟୁଏଇରେ ସଫଳତାର ସହ ୨୦୨୦ ଆଇପିଏଲ୍‌ ଆୟୋଜନ କରିପାରିଥିଲା। ପୁନଶ୍ଚ ଗାଙ୍ଗୁଲି ବିସିସିଆଇ ସଭାପତି ହେବା ପରେ ଭାରତ ନଭେମ୍ବରରେ ପ୍ରଥମ ପିଙ୍କ୍‌ ବଲ ଦିବାରାତ୍ର ଟେଷ୍ଟ ଆୟୋଜନ କରିପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠାରୁ ଥୋମାସ୍‌, ଉବର କପ୍‌

ଚେଙ୍ଗ୍‌ଡୁ, ୨୭ା୪ ଥୋମାସ କପ୍‌ ଓ ଉବର କପ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଏଠାରେ ଶନିବାରଠାରୁ ଆରମ୍ଭ ହେବ। ଭାରତୀୟ ପୁରୁଷ ଦଳ ଏଥର ଥୋମାସ କପ୍‌...

ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା କଲେ ବଡ଼ ଘୋଷଣା

ସାଓ ପାଉଲୋ, ୨୭ା୪: ଛଅ ଥର ମହିଳା ବିଶ୍ୱକପ୍‌ ଖେଳିଥିବା ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ମାର୍ଟା ଚଳିତ ବର୍ଷ ଶେଷ ହେବା ପରେ ଜାତୀୟ ଦଳରୁ...

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri