Posted inଜାତୀୟ

କଳ୍ପନାଜଳ୍ପନାର ଅନ୍ତ: ନୂଆ ଇନିଂସ ବିଷୟରେ ଘୋଷଣା କଲେ ଗାଙ୍ଗୁଲି

କୋଲକତା,୧।୬: ଭାରତୀୟ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ସଭାପତି ସୌରଭ ଗାଙ୍ଗୁଲି ବୁଧବାର ଏକ ଟୁଇଟ ଯୋଗେ ନୂତନ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ବୋଲି କହିଥିଲେ। ଏହା ପରେ ଗାଙ୍ଗୁଲି ସଭାପତି ପଦରୁ ଇସ୍ତଫା ଦେଉଛନ୍ତି ଏବଂ ସେ ରାଜନୀତିରେ ଏକ ନୂତନ ଇନିଂସ ଆରମ୍ଭ କରିବେ ବୋଲି କଳ୍ପନାଜଳ୍ପନା ଜାରି ରହିଥିଲା। କିନ୍ତୁ ଏଭଳି କଳ୍ପନାଜଳ୍ପନାକୁ ଖଣ୍ଡନ କରି ଗାଙ୍ଗୁଲି ନୂଆ ଇନିଂସ ବିଷୟରେ ଘୋଷଣା କରିଛନ୍ତି।
ଗାଙ୍ଗୁଲି କହିଛନ୍ତି ଯେ, ମୁଁ ବିସିସିଆଇ ସଭାପତି ପଦରୁ ଇସ୍ତଫା ଦେଇ ନାହିଁ। ମୁଁ ବିଶ୍ୱସ୍ତରରେ ଏକ ନୂତନ ଶିକ୍ଷା ଆପ ଲଞ୍ଚ କରୁଛି। ଏହି ଘୋଷଣା ପରେ ତାଙ୍କୁ ନେଇ ହେଉଥିବା ଚର୍ଚ୍ଚାର ଅନ୍ତ ଘଟିଛି।
ଏହାପୂର୍ବରୁ ଗାଙ୍ଗୁଲି ଟୁଇଟ୍‌ କରି କହିଥିଲେ, ୧୯୯୨ରେ ମୁଁ ଜଣେ କ୍ରିକେଟର ଭାବରେ ମୋର ଇନିଂସ ଆରମ୍ଭ କରିଥିଲି। ୨୦୨୨ରେ ଏହା ୩୦ ବର୍ଷ ପୂରଣ କରୁଛି। ଏହି ସମୟ ମଧ୍ୟରେ କ୍ରିକେଟ ମୋତେ ବହୁତ କିଛି ଦେଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମୁଁ ସମସ୍ତଙ୍କର ସମର୍ଥନ ପାଇଛି। ମୁଁ ସମସ୍ତଙ୍କୁ ଧନ୍ୟବାଦ ଦେବାକୁ ଚାହେଁ, ଯେଉଁମାନେ ଏହି ଯାତ୍ରାର ଏକ ଅଂଶ ହୋଇଛନ୍ତି, ମୋତେ ସମର୍ଥନ କରିଛନ୍ତି ଏବଂ ଆଜି ମୁଁ ଯେଉଁଠାରେ ଅଛି, ସେଠାରେ ପହଞ୍ଚିବାରେ ସାହାଯ୍ୟ କରିଛନ୍ତ। ଆଜି ମୁଁ ନୂଆ କିଛି ଆରମ୍ଭ କରିବାକୁ ଚିନ୍ତା କରୁଛି ଯାହା ମାଧ୍ୟମରେ ମୁଁ ବହୁ ସଂଖ୍ୟକ ଲୋକଙ୍କୁ ସାହାଯ୍ୟ କରିପାରିବି। ମୁଁ ଆଶା କରେ ଆପଣ ମୋ ଜୀବନର ନୂତନ ଅଧ୍ୟାୟରେ ମଧ୍ୟ ମୋତେ ସାହାଯ୍ୟ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri