Posted inଜାତୀୟ

କଳ୍ପନାଜଳ୍ପନାର ଅନ୍ତ: ନୂଆ ଇନିଂସ ବିଷୟରେ ଘୋଷଣା କଲେ ଗାଙ୍ଗୁଲି

କୋଲକତା,୧।୬: ଭାରତୀୟ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ସଭାପତି ସୌରଭ ଗାଙ୍ଗୁଲି ବୁଧବାର ଏକ ଟୁଇଟ ଯୋଗେ ନୂତନ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ବୋଲି କହିଥିଲେ। ଏହା ପରେ ଗାଙ୍ଗୁଲି ସଭାପତି ପଦରୁ ଇସ୍ତଫା ଦେଉଛନ୍ତି ଏବଂ ସେ ରାଜନୀତିରେ ଏକ ନୂତନ ଇନିଂସ ଆରମ୍ଭ କରିବେ ବୋଲି କଳ୍ପନାଜଳ୍ପନା ଜାରି ରହିଥିଲା। କିନ୍ତୁ ଏଭଳି କଳ୍ପନାଜଳ୍ପନାକୁ ଖଣ୍ଡନ କରି ଗାଙ୍ଗୁଲି ନୂଆ ଇନିଂସ ବିଷୟରେ ଘୋଷଣା କରିଛନ୍ତି।
ଗାଙ୍ଗୁଲି କହିଛନ୍ତି ଯେ, ମୁଁ ବିସିସିଆଇ ସଭାପତି ପଦରୁ ଇସ୍ତଫା ଦେଇ ନାହିଁ। ମୁଁ ବିଶ୍ୱସ୍ତରରେ ଏକ ନୂତନ ଶିକ୍ଷା ଆପ ଲଞ୍ଚ କରୁଛି। ଏହି ଘୋଷଣା ପରେ ତାଙ୍କୁ ନେଇ ହେଉଥିବା ଚର୍ଚ୍ଚାର ଅନ୍ତ ଘଟିଛି।
ଏହାପୂର୍ବରୁ ଗାଙ୍ଗୁଲି ଟୁଇଟ୍‌ କରି କହିଥିଲେ, ୧୯୯୨ରେ ମୁଁ ଜଣେ କ୍ରିକେଟର ଭାବରେ ମୋର ଇନିଂସ ଆରମ୍ଭ କରିଥିଲି। ୨୦୨୨ରେ ଏହା ୩୦ ବର୍ଷ ପୂରଣ କରୁଛି। ଏହି ସମୟ ମଧ୍ୟରେ କ୍ରିକେଟ ମୋତେ ବହୁତ କିଛି ଦେଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମୁଁ ସମସ୍ତଙ୍କର ସମର୍ଥନ ପାଇଛି। ମୁଁ ସମସ୍ତଙ୍କୁ ଧନ୍ୟବାଦ ଦେବାକୁ ଚାହେଁ, ଯେଉଁମାନେ ଏହି ଯାତ୍ରାର ଏକ ଅଂଶ ହୋଇଛନ୍ତି, ମୋତେ ସମର୍ଥନ କରିଛନ୍ତି ଏବଂ ଆଜି ମୁଁ ଯେଉଁଠାରେ ଅଛି, ସେଠାରେ ପହଞ୍ଚିବାରେ ସାହାଯ୍ୟ କରିଛନ୍ତ। ଆଜି ମୁଁ ନୂଆ କିଛି ଆରମ୍ଭ କରିବାକୁ ଚିନ୍ତା କରୁଛି ଯାହା ମାଧ୍ୟମରେ ମୁଁ ବହୁ ସଂଖ୍ୟକ ଲୋକଙ୍କୁ ସାହାଯ୍ୟ କରିପାରିବି। ମୁଁ ଆଶା କରେ ଆପଣ ମୋ ଜୀବନର ନୂତନ ଅଧ୍ୟାୟରେ ମଧ୍ୟ ମୋତେ ସାହାଯ୍ୟ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri