Posted inଖେଳ

ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ କ୍ରିକେଟ ନିର୍ଦ୍ଦେଶକ ଭାବେ ଗାଙ୍ଗୁଲି ନିଯୁକ୍ତ

ନୂଆଦିଲ୍ଲୀ, ୧୮ା୧୦: ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଗୁରୁବାର ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ସଂସ୍ଥାର ସେ ସମସ୍ତ କ୍ରିକେଟ ସମ୍ପତ୍ତିର ଦେଖାଚାହଁା କରିବେ। ତନ୍ମଧ୍ୟରେ ଆଇପିଏଲ୍‌ ଓ ଡବ୍ଲ୍ୟୁପିଏଲ୍‌(ଓମେନ୍ସ ପ୍ରିମିୟର ଲିଗ୍‌)ରେ ଦିଲ୍ଲୀ ଟିମ୍‌ ଏବଂ ଦକ୍ଷିଣ ଆଫ୍ରିକା୨୦ରେ ପ୍ରିଟୋରିଆ କ୍ୟାପିଟାଲ୍ସ ଫ୍ରାଞ୍ଚାଇଜ ରହିଛି।

ଆଇପିଏଲ ଓ ଡବ୍ଲ୍ୟୁପିଏଲ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ ଓ ଜିଏମ୍‌ଆର ଗ୍ରୁପ୍‌ ମିଳିତ ମାଲିକାନାରେ ରହିଥିବା ବେଳେ ଜେଏସ୍‌ଡବ୍ଲ୍ୟୁ ଏକାକୀ ମାଲିକ ରହିଛି।

ଗାଙ୍ଗୁଲି ୨୦୧୯ରେ ଦିଲ୍ଲୀ କ୍ୟାପିଟାଲ୍ସର ଉପଦେଷ୍ଟା ରହିଥିଲେ। ସେ କୋଚ୍‌ ରିକି ପଣ୍ଟିଂଙ୍କ ସହିତ କାମ କରୁଥିଲେ। ପରେ ବିସିସିଆଇ ସଭାପତି ପଦ ଛାଡ଼ିବା ପରେ ସେ ଫ୍ରାଞ୍ଚାଇଜକୁ କ୍ରିକେଟ ନିର୍ଦ୍ଦେଶକ ଭାବେ ପ୍ରତ୍ୟାବର୍ତ୍ତନ କରିଛନ୍ତି।

ଜିଏମ୍‌ଆର ଗ୍ରୁପ୍‌ ଓ ଜେଏସ୍‌ଡବ୍‌ୟୁ ମଧ୍ୟରେ ଦୁଇ ବର୍ଷିଆ ରୋଟେଶନ ପଲିସି କାର୍ଯ୍ୟକାରୀ ହେବାକୁ ନିଷ୍ପତ୍ତି ପରେ ଗାଙ୍ଗୁଲିଙ୍କୁ ତୁରନ୍ତ କ୍ରିକେଟ ଅପରେଶନ ମ୍ୟାନେଜମେଣ୍ଟ ପାଇଁ ନିଯୁକ୍ତି ମିଳିଛି। ତଦନୁସାରେ ଜିଏମ୍‌ଆର ଗ୍ରୁପ୍‌ ଆସନ୍ତା ଦୁଇ ବର୍ଷ ପାଇଁ ଆଇପିଏଲ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ଅପରେଶନ ଦାୟିତ୍ୱ ତୁଲାଇବାକୁ ଥିବା ବେଳେ ଜେଏସ୍‌ଡବ୍ଲ୍ୟୁ ସ୍ପୋଟର୍‌ସ ଡବ୍ଲ୍ୟୁପିଏଲ୍‌ରେ ଫ୍ରାଞ୍ଚାଇଜ୍‌ର ଟିମ୍‌ ହାତେଇବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri