Posted inଖେଳ

ଗାଙ୍ଗୁଲିଙ୍କ ନଜରରେ ଏହି ଦୁଇ ଖେଳାଳି ଭାରତର ଶ୍ରେଷ୍ଠ ଉଇକେଟକିପର: ପ୍ରଶଂସାରେ କହିଲେ ଏଭଳି

ନୂଆଦିଲ୍ଲୀ,୨୭।୧୧: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅଗଷ୍ଟରୁ ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ଏହାପରେ ଭାରତୀୟ ଦଳରେ ଉଇକେଟ୍‌କିପର କିଏ ହେବ ସେ ନେଇ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ଏଥିପାଇଁ ପ୍ରଥମ ପସନ୍ଦ ଋଷଭ ପନ୍ତ ଥିବା ବେଳେ ଖରାପ ପ୍ରଦର୍ଶନ ଯୋଗୁ ସେ ବାଦ ପଡ଼ିଛନ୍ତି। ଏବେ ତାଙ୍କ ସ୍ଥାନ ନେଇଛନ୍ତି କେ.ଏଲ୍‌. ରାହୁଲ। ମାତ୍ର ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଦେଶର ପ୍ରମୁଖ ଦୁଇ ଉଇକେଟକିପରଙ୍କ ନାମ କହିଛନ୍ତି। ଗାଙ୍ଗୁଲିଙ୍କ ମତରେ, ଋଷଭ ପନ୍ତ ଏବଂ ଋଦ୍ଧିମାନ ସାହା ଦେଶର ଦୁଇ ପ୍ରମୁଖ ଉଇକେଟ୍‌କିପର।

ତେବେ ଋଦ୍ଧିମାନ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ସାମିଲ ହୋଇନଥିବା ବେଳେ ଋଷଭ ଟିମ୍‌ରୁ ବାହାର ହୋଇଛନ୍ତି। ଆଇପିଏଲ୍‌ରେ ପନ୍ତ ସେତେଟା ଭଲ ପ୍ରଦର୍ଶନ କରି ନ ଥିଲେ। ତଥାପି ସେ ବହୁତ ଭଲ ଖେଳନ୍ତି। ତାଙ୍କ ପାଖରେ ବହୁଳ ପ୍ରତିଭା ରହିଛି। ସେ ପୁଣିଥରେ ନିଜର ସ୍ବିଙ୍ଗ୍‌କୁ ଫେରିବେ। ସେ ଜଣେ ଯୁବ ଖେଳାଳି ହୋଇଥିବାରୁ ତାଙ୍କୁ ପ୍ରୋତ୍ସାହନର ଆବଶ୍ୟକତା ରହିଛି ବୋଲି ଗାଙ୍ଗୁଲି କହିଛନ୍ତି।

ଭାରତୀୟ ଦଳରେ ଖେଳାଳିଙ୍କୁ ଦେଖିଲେ, ଏକଦିବସୀୟ ଏବଂ ଟି୨୦ ମ୍ୟାଚ୍‌ ପାଇଁ କେ.ଏଲ୍‌ ରାହୁଲ ଏବଂ ସଞ୍ଜୁ ସାମସନଙ୍କୁ ଉଇକେଟକିପର ଭାବେ ଚୟନ କରାଯାଇଛି। ୨୭ ନଭେମ୍ବର ଅର୍ଥାତ ଆଜିଠାରୁ ତିନି ମ୍ୟାଚ୍‌ ବିଶିଷ୍ଟ ସିରିଜ ଆରମ୍ଭ ହୋଇଛି। ଏହାପରେ ଟି-୨୦ ଏବଂ ଟେଷ୍ଟ ମ୍ୟାଚ୍‌ ଖେଳାଯିବାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri