Posted inଖେଳ

ଗାଙ୍ଗୁଲିଙ୍କୁ ଫୋନ କଲେ ଦ୍ରାଭିଡଙ୍କ ପୁଅ, ବାପାଙ୍କ ନାଁରେ କଲେ ଅଭିଯୋଗ

ନୂଆଦିଲ୍ଲୀ,୧୫।୧୧: ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ୍‌ ଇଣ୍ଡିଆ (ବିସିସିଆଇ) ଚଳିତ ମାସ ଆରମ୍ଭରେ ରାହୁଲ ଦ୍ରାଭିଡଙ୍କୁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଭାବରେ ନିଯୁକ୍ତି ଦିଆଯାଇଛି। ଆସନ୍ତା ୨ ବର୍ଷ ପାଇଁ ଶୀର୍ଷ ପଦବୀରେ ରହିବ। ନିକଟରେ ରାହୁଲ ଦ୍ରାବିଡଙ୍କ ନିଯୁକ୍ତିକୁ ନେଇ ୪୦ ତମ ଶାରଜା ଅନ୍ତର୍ଜାତୀୟ ପୁସ୍ତକ ମେଳାରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏକ କାହାଣୀ ଶୁଣାଇଛନ୍ତି। ସେ ଥଟ୍ଟା କରି କହିଛନ୍ତି, ମୁଁ ରାହୁଲ ଦ୍ରାବିଡଙ୍କ ପୁଅଙ୍କଠାରୁ ଏକ ଫୋନ କଲ ପାଇଲି। ସେ ମୋତେ କହିଥିଲେ ଯେ ତାଙ୍କ ବାପା ରାହୁଲ ତାଙ୍କ ଘରେ ସହ ଅତ୍ୟନ୍ତ କଠୋର ହେଉଛନ୍ତି ଏବଂ ତାଙ୍କୁ ଏଠୁ ନିଆଯିବା ଆବଶ୍ୟକ। ପରେ ଦ୍ରାଭିଡଙ୍କୁ ଜାତୀୟ ଦଳରେ ଯୋଡା ଯାଇଥିଲା। ଦ୍ରାଭିଡଙ୍କୁ ଏନେଇ ରାଜି କରାଇବା ସହଜ ଥିଲା, କାରଣ ଯେହେତୁ ଆମେ ପୂର୍ବରୁ ଏକାଠି ଖେଳିଥିଲୁ, ପରସ୍ପରକୁ ଜାଣିଥିଲୁ।
ରାହୁଲ ଦ୍ରାବିଡ ଟିମ ଇଣ୍ଡିଆର ଦାୟିତ୍ୱ ଗ୍ରହଣ କରିଛନ୍ତି ଏବଂ ଜୟପୁରରେ ଭାରତୀୟ ଦଳରେ ଯୋଗ ଦେଇଛନ୍ତି। ଏଠାରେ ‘ମେନ ଇନ ବ୍ଲୁ’ ନଭେମ୍ବର ୧୭ ରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟି -୨୦ ମ୍ୟାଚ ଖେଳିବ। ଭାରତକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ୩ଟି ଟି-୨୦ ଅନ୍ତର୍ଜାତୀୟ ଏବଂ ୨ ଟେଷ୍ଟ ମ୍ୟାଚ ଖେଳିବାକୁ ପଡିବ। ଏହା ଟିମ ପରେ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଭାରତୀୟ ଦଳ ଯାତ୍ରା କରିବ।
ରାହୁଲ ଦ୍ରାଭିଡ ୨୦୧୯ ରୁ ୨୦୨୧ ପର୍ଯ୍ୟନ୍ତ ଜାତୀୟ କ୍ରିକେଟ ଏକାଡେମୀରେ କାର୍ଯ୍ୟ କରିଥିଲେ ଏବଂ ବେଙ୍ଗାଲୁରୁରେ ରହୁଥିଲେ। କିନ୍ତୁ ଟିମ ଇଣ୍ଡିଆର ବ୍ୟସ୍ତବହୁଳ କ୍ୟାଲେଣ୍ଡର ଥିବାରୁ ସେ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରୁ ଦୂରରେ ରହୁଛନ୍ତି। ରାହୁଲ ଦ୍ରାବିଡଙ୍କ ସ୍ଥାନରେ ଭିଭିଏସ ଲକ୍ଷ୍ମଣଙ୍କୁ ଏନସିଏ ମୁଖ୍ୟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri